ଚେତିଲେ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ : ରିଫିଲିଂ ପାଇଁ ଗଲା ୮୧ ଅଗ୍ନି ନିର୍ବାପକ ସିଲିଣ୍ଡର

ଅନୁଗୋଳ ଅଫିସ, ୩୦।୬ – ବିଳମ୍ବରେ ହେଲେ ବି ଚେତିଛନ୍ତି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ। ଡାକ୍ତରଖାନାରେ ଲାଗିଥିବା ୮୧ଟି ଅଗ୍ନି ନିର୍ବାପକ ସିଲିଣ୍ଡରକୁ ରିଫିଲିଂ ପାଇଁ ଶନିବାର ଭୁବନେଶ୍ୱର ପଠାଇଛନ୍ତି। ସପ୍ତାହକ ମଧ୍ୟରେ ସିଲିଣ୍ଡର ଗୁଡ଼ିକରେ ଗ୍ୟାସ୍‌ ଓ ପାଉଡର ଫିଲିଂ କରାଯାଇ ଅଣାଯିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଳୟ ମ୍ୟାନେଜର ଦେବାଶିଷ ଦାସ ସୂଚନା ଦେଇଛନ୍ତି।
ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ବିଭିନ୍ନ ବିଭାଗ ଓ ଓ୍ବାର୍ଡରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ପାଇଁ ଉକ୍ତ ସିଲିଣ୍ଡରଗୁଡ଼ିକୁ ରଖାଯାଇଥିଲା। ହେଲେ ତାହା କାର୍ଯ୍ୟ କରୁଛି କି ନାହିଁ ଏପରି କି ସମୟସୀମା ରହିଛି କିମ୍ବା ସରିଗଲାଣି ତାହା କର୍ତ୍ତୃପକ୍ଷଙ୍କୁ ଜଣା ନ ଥିଲା। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପରେ ମେଡିକାଲ କର୍ତ୍ତୃପକ୍ଷ ସିଲିଣ୍ଡରଗୁଡ଼ିକର ଯାଞ୍ଚ କରିଥିଲେ। ସେଥିରେ ଗ୍ୟାସ ଓ ପ୍ରେସର କମ୍‌ ରହିଥିବାରୁ ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଥିଲା। ଶନିବାର ଭୁବନେଶ୍ୱରର ଏକ ଘରୋଇ କମ୍ପାନୀକୁ ଉକ୍ତ ସିଲିଣ୍ଡରଗୁଡ଼ିକୁ ରିଫିଲିଂ ପାଇଁ ପଠାଯାଇଛି। ହେଲେ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଲାଗିଥିବା କେତେକ ସିଲିଣ୍ଡରର ଅବଧି ଶେଷ ହୋଇଯାଇଥିଲେ ବି ତାହାକୁ ପଠାଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ମେଡିକାଲ ମ୍ୟାନେଜର ଦାସ କହିଛନ୍ତି, ପ୍ରସୂତି ବିଭାଗ ଥିବା ୫ ମହଲା ଅଟ୍ଟାଳିକା ଆରଆଣ୍ଡବି ଅଧୀନରେ ରହିଛି। ତେଣୁ ସେଠାରେ କିଏ ଅଗ୍ନି ନିରାପତ୍ତା ବ୍ୟବସ୍ଥା ବୁଝିବ ଜାଣି ନାହୁଁ। ତଥାପି ସେଠାରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ୱାର୍ଡ ଥିବାରୁ ଅଗ୍ନି ନିରାପତ୍ତା ସମ୍ପର୍କରେ ଯାଞ୍ଚ କରିବୁ। ଆବଶ୍ୟକ ପଡ଼ିଲେ ଏ ନେଇ ଆରଆଣ୍ଡବି ବିଭାଗକୁ ଅବଗତ କରାଯିବ ବୋଲି ମ୍ୟାନେଜର ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri