Posted inଖେଳ

ଚେନ୍ନାଇ-ମୁମ୍ବାଇ ରୋମାଞ୍ଚକ ମୁକାବିଲା ଆଜି

ଚେନ୍ନାଇ, ୨୬।୪(ପି.ଟି.)- ଆଇପିଏଲ୍‌ରେ ଶୁକ୍ରବାର ସନ୍ଧ୍ୟାରେ ଏକ ହାଇଭୋଲ୍‌ଟେଜ୍‌ ମ୍ୟାଚ୍‌ ଦେଖିବାକୁ ମିଳିବ। ତିନିଥର ଲେଖାଏ ଟାଇଟଲ ଜିତିଥିବା ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ ଏହି ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ସୁପର୍‌ କିଙ୍ଗ୍ସ ପ୍ଲେ-ଅଫ୍‌ରେ ପ୍ରବେଶ ଲାଗି ଆବଶ୍ୟକ ୧୬ ପଏଣ୍ଟ ହାସଲ କରିସାରିଛି। କିନ୍ତୁ ଘରୋଇ ଦଳ ଏହି ମ୍ୟାଚ୍‌ ଜିତି ଶୀର୍ଷ ସ୍ଥାନକୁ ଆହୁରି ମଜଭୁତ କରିବା ଲକ୍ଷ୍ୟରେ ରହିଛି।

୨ଟି ପରାଜୟ ପରେ ଧୋନୀ ବାହିନୀ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ୬ ଉଇକେଟ୍‌ରେ ପରାସ୍ତ କରି ଦମ୍‌ଦାର ପ୍ରତ୍ୟାବର୍ତ୍ତନ କରିଛି। ଏହି ମ୍ୟାଚ୍‌ରେ ଭେଟେରାନ ଅଷ୍ଟ୍ରେଲୀୟ ଖେଳାଳି ଶେନ୍‌ ଓ୍ବାଟ୍‌ସନ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ୍‌ ଖେଳି ଚେନ୍ନାଇ ବିଜୟରେ ନାୟକ ସାଜିଥିଲେ। ଫଳରେ ଚଳିତ ସିଜନରେ କ୍ରମାଗତ ବିଫଳ ହୋଇଆସୁଥିବା ଓ୍ବାଟ୍‌ସନ ଶେଷରେ ଫର୍ମକୁ ଫେରିବା ଟିମ୍‌ ମ୍ୟାନେଜ୍‌ମେଣ୍ଟ ପାଇଁ ଆଶ୍ୱସ୍ତି ଆଣିଛି। ତେବେ ମଧ୍ୟକ୍ରମରେ ଅଭିଜ୍ଞ ସୁରେଶ ରାଇନା, ଅମ୍ବାତି ରାୟୁଡୁ ଓ କେଦାର ଯାଦବ ବର୍ତ୍ତମାନ ସୁଦ୍ଧା ଆଖିଦୃଶିଆ ପ୍ରଦର୍ଶନ କରିପାରିନାହାନ୍ତି, ଯାହା ଅଧିନାୟକ ଧୋନୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଅପରପକ୍ଷରେ ଦୀପକ ଚହର, ଇମ୍ରାନ ତାହିର, ରବୀନ୍ଦ୍ର ଜାଡେଜା ଓ ହରଭଜନ ସିଂଙ୍କୁ ନେଇ ଚେନ୍ନାଇ ବୋଲିଂ ବିଭାଗ ସିଜନରେ ବେଶ୍‌ ପ୍ରଭାବୀ ପ୍ରଦର୍ଶନ କରିଛି। ବିଶେଷକରି ଘରୋଇ ସ୍ପିନ୍‌ ଟ୍ରାକ୍‌ରେ ଏମାନେ ପ୍ରତିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଅଡୁଆରେ ପକାଇ ସାରିଛନ୍ତି।

ଭ୍ରମଣକାରୀ ମୁମ୍ବାଇ ବର୍ତ୍ତମାନ ସୁଦ୍ଧା ୧୦ ମ୍ୟାଚ୍‌ ଖେଳି ୧୨ ପଏଣ୍ଟ ହାସଲ କରି ତାଲିକାର ୩ୟ ସ୍ଥାନରେ ରହିଛି। ପ୍ଲେ-ଅଫ୍‌ ଦୌଡ଼ରେ ରହିଥିବା ରୋହିତ୍‌ ଶର୍ମାଙ୍କ ଦଳ ଏହାର ଶେଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ନିକଟରୁ ପରାଜୟ ବରଣ କରିଥିଲା। ଅଧିନାୟକ ରୋହିତ୍‌ଙ୍କ ସମେତ କ୍ୱିଣ୍ଟନ ଡି କକ୍‌, କିରନ ପୋଲାର୍ଡ ଏବଂ ପାଣ୍ଡ୍ୟା ବ୍ରଦର୍ସ ହାର୍ଦ୍ଦିକ ଓ କ୍ରୁନାଲଙ୍କୁ ନେଇ ମୁମ୍ବାଇର ବ୍ୟାଟିଂ ଲାଇନ୍‌ଅପ୍‌ ବେଶ୍‌ ଶକ୍ତିଶାଳୀ ରହିଛି। ତେଣୁ ସ୍ଥାନୀୟ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଏକ ରୋମାଞ୍ଚକ ମୁକାବିଲା ଦେଖିବାକୁ ମିଳିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri