ଚେନ୍‌ ପୁଲିଂ କରି ଓହ୍ଲାଇଲେ ୧୮ ପ୍ରବାସୀ

ବଇଣ୍ଡା,୨୭ା୫(ଡି.ଏନ.ଏ.) – ଗୁଜରାଟରୁ ପ୍ରବାସୀଙ୍କୁ ନେଇ କଟକ ଆସୁଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ର ଚେନ୍‌ ପୁଲିଂ କରି ମଙ୍ଗଳବାର ସନ୍ଧ୍ୟାରେ ୧୮ଜଣ ଶ୍ରମିକ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମ୍ବୁନାଳୀଠାରେ ଓହ୍ଲାଇ ପଡ଼ିଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ହଣ୍ଡପା, ବଇଣ୍ଡା ଥାନା ଓ ବଇଣ୍ଡା ରେଳବାଇ ପୋଲିସ ପହଞ୍ଚି ଶ୍ରମିକମାନଙ୍କୁ କାବୁ କରିଥିଲେ। ସେମାନଙ୍କ ମଧ୍ୟରୁ ଗାଁ ବଇଣ୍ଡା ସଙ୍ଗରୋଧ କେନ୍ଦ୍ରରେ ୧୦ ଜଣଙ୍କୁ ଏବଂ ଲୁହାମୁଣ୍ଡା ସଙ୍ଗରୋଧ କେନ୍ଦ୍ରରେ ୮ ଜଣଙ୍କୁ ରଖାଯାଇଛି। ସମସ୍ତ ପ୍ରବାସୀ ଆଠମଲ୍ଲିକ ଓ କିଶୋରନଗର ବ୍ଲକ ଅଞ୍ଚଳର ହୋଇଥିବା ବେଳେ ସେମାନେ ମହାରାଷ୍ଟ୍ରରୁ ଆସିଥିବା କହିଛନ୍ତି। ଜାମ୍ବୁନାଳୀ ନିକଟରେ ଟ୍ରେନ୍‌ଟି ଏକ ଗାଈକୁ ଧକ୍କା ଦେବା ପରେ ଶ୍ରମିକମାନେ ଚେନ୍‌ ଟାଣି ଟ୍ରେନ୍‌ରୁ ଓହ୍ଲାଇ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri