ଚୋର ଧରିବାକୁ ବୁଲିଲା ଖଟ

ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅସୁରା ଗ୍ରାମରେ ଏଭଳି ଦେଖିବାକୁ ମିଳିଥିଲା। ୪ ଜଣ ଏକ ଖଟକୁ କାନ୍ଧରେ ଧରି ବୋହୁଥିବାବେଳେ ନିକଟରେ ଜଣେ ବ୍ୟକ୍ତି(ଗୁଣିଆ) ସେମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ। ଯାହା କି ଲୋକଙ୍କୁ ଆଶ୍ଚର୍ଯ୍ୟ କରିବା ସହ କୌତୂହଳ ସୃଷ୍ଟି କରିଥିଲା। ଖଟକୁ ଧରି ସେମାନେ ଗ୍ରାମର ଚାରିଆଡ଼େ ବୁଲାଇଥିଲେ। ହେଲେ ଶେଷରେ ଖଟ ଚୋର ଧରିବାରେ ବିଫଳ ହୋଇଥିଲା। ତେବେ ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ପ୍ରକାଶ ଯେ, ଗତ ଜାନୁୟାରୀ ୧୬ରେ ଅସୁରା ଗଁାର ଜଣେ ବ୍ୟକ୍ତିଙ୍କ ଘରୁ ଲାଇଟ, ମାଇକ୍‌ ଓ ସାଉଣ୍ଡ ବକ୍ସ ଚୋରି ହୋଇଥିଲା। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୪ ଲକ୍ଷ ଟଙ୍କା ହେବ। ସମ୍ପୃକ୍ତ ବ୍ୟକ୍ତି ଏ ନେଇ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ ପୋଲିସ ଏଯାଏ ଚୋରଙ୍କୁ ଧରିପାରି ନାହିଁ। ଏଣୁ ଅଭିଯୋଗକାରୀ କେନ୍ଦୁଝର ଅଞ୍ଚଳର ଜଣେ ଗୁଣିଆଙ୍କ ସହ ଯୋଗାଯୋଗ କରି ଗଁାରେ ଖଟ ବୁଲାଇଥିଲେ। ଖବର ପାଇ ଗ୍ରାମାଞ୍ଚଳ ପୋଲିସ ଅସୁରା ଗଁାରେ ପହଞ୍ଚିବା ବେଳକୁ ଗୁଣିଆ ଫେରାର ହୋଇଯାଇଥିଲେ। ଗୁଣିଆ ଏହି ଗଁାରେ ଉପସ୍ଥିତ ରହି ଖଟଧରାଳିଙ୍କୁ ନିର୍ଦ୍ଦେଶ ଦେଉଥିଲେ ବୋଲି ସ୍ଥାନୀୟ ଲୋକେ କହିଥିଲେ। ଅନ୍ୟପକ୍ଷେ ଗୁଣିଆ କେନ୍ଦୁଝରରେ ରହି ଫୋନ ମାଧ୍ୟମରେ ଏହି କାମ କରାଇଥିବା ପୋଲିସ କହିଛି। ଅଭିଯୋଗକାରୀ ବ୍ୟକ୍ତିଙ୍କୁ ଥାନାକୁ ଡକାଇ ଏ ସମ୍ପର୍କରେ ପଚରାଉଚରା କରାଯିବ ବୋଲି ଥାନାଧିକାରୀ ପ୍ରଭାଂଶୁ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri