ଚୋରା ଲୁହାପଥର ବୋଝେଇ ଟ୍ରକ ଜବତ

ଯୋଡ଼ା,୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଖଣିମଣ୍ଡଳରେ ଖଣିଜ ଚୋରା କାରବାର ଥମିବାର ନାଁ ନେଉନାହିଁ। ଯୋଡ଼ା ଥାନା ତଥା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଲହଣ୍ଡା ଠାରେ ଗୁରୁବାର ୧୧ଟା ସମୟରେ ସନ୍ଦିଗ୍ଧ ଅବସ୍ଥାରେ ଯାଉଥିବା ୨ଟି ବାହାର ରାଜ୍ୟ ନଂ ୟୁପି ୫୪ଟି ୪୦୩୦ ଓ ୟୁପି୫୪ଟି ୫୪୫୬ ଥିବା ୧୨ଚକିଆ ଟ୍ରକ ଚୋରାଲୁହାପଥର ନେଇ ଯାଉଥିବା ବେଳେ ପୋଲିସ ଟ୍ରକ ୨ଟିକୁ ଅଟକାଇଥିଲା। ଗାଡ଼ିଗୁଡ଼ିକର ରେଜିଷ୍ଟ୍ରେସନ ନଂ ମଉ ଉତ୍ତରପ୍ରଦେଶ ବୋଲି ଜଣାପଡ଼ିଛି। ପୋଲିସକୁ ଦେଖି ଡ଼୍ରାଇଭର ଓ ହେଲପର ଟ୍ରକରୁ ଡିଆଁମାରି ରାସ୍ତା ପାର୍ଶ୍ୱ ଜଙ୍ଗଲ ମଧ୍ୟକୁ ପଳାଇଯାଇଥିଲେ। ବିଲେଇପଦା ଥାନା ଅଧିକାରୀ ରଞ୍ଜନ କୁମାର ବିଶ୍ୱାଳ ଟ୍ରକ ୨ଟିକୁ ଜବତ କରି ଯୋଡ଼ା ଥାନାରେ ରଖିଛନ୍ତି। ଟ୍ରକ ଦୁଇଟିରେ ପ୍ରାୟ ୮୦ ମେଟ୍ରିକ ଟନ ମୂଲ୍ୟବାନ ଼ ୫.୧୮ ସାଇଜ୍‌ଡ଼ ଲୁହାପଥର ଜବତ ହୋଇଛି ାଏହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ଅଢେଇ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି ାତେଣେ ଚୋରା ଲୁହାପଥର କାରବାର ଦିନରାତି ତାର କାୟା ବିସ୍ତାର କରୁଥିବା ବେଳେ ଯୋଡ଼ା ଖଣି ଉପନିର୍ଦ୍ଦେଶାଳୟ ସ୍ଥାଣୁ ପାଲଟିଛି ା ରାଜ୍ୟ ସରକାରଙ୍କ ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ମାଇନ୍ସ ମିନେରାଲ ମ୍ୟାନେଜମେଣ୍ଟ(ଆଇଥ୍ରୀ ଏମଏସ)ଭଳି ସିଷ୍ଟମ ଥିଲେ ମଧ୍ୟ ଚୋରି ରୋକିବାରେ ଏହା ସକ୍ଷମ ହୋଇପାରୁ ନାହିଁ। ଯୋଡ଼ା ଖଣି ଉପନିର୍ଦ୍ଦେଶାଳୟରେ ଖଣିଜ ଚୋରା କାରବାର ରୋକିବା ପାଇଁ ଖଣି ନିରୀକ୍ଷକମାନଙ୍କର ଏକ ସ୍କ୍ବାର୍ଡ ଥିଲେ ମଧ୍ୟ ଏହାର କୌଣସି କାର୍ଯ୍ୟକାରିତା ହେଉ ନାହିଁ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri