ଚୌଦ୍ୱାର ଅଞ୍ଚଳରେ ବଢ଼ୁଛି ବେଆଇନ୍‌ ମଦବିକ୍ରୀ: ଅବକାରୀ ବିଭାଗର ଚଢ଼ାଉ, ୨ ଗିରଫ

ଚୌଦ୍ୱାର,୨ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଞ୍ଚଳରେ ବେଆଇନ ମଦ ବିକ୍ରୀ ହେଉଥିବା ନେଇ ଅଭିଯୋଗ ହେବା ପରେ ଅବକାରୀ ବିଭାଗ ଚୌଦ୍ୱାର ଶାଖା ତରଫରୁ ଚୌଦ୍ୱାର ସହର ଓ ଗ୍ରାମାଞ୍ଚଳରେ ଚଢାଉ କରାଯାଇଛି। ଏଥିରେ ୨ଜଣ ଦେଶୀ ମଦ ବିକ୍ରେତାଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚୌଦ୍ୱାର ପୌରପାଳିକାର ଶଙ୍କର ସେଠୀ ଓ ବଡସାମନ୍ତରାପୁର ଗ୍ରାମର ଅନନ୍ତ ଖଟୁଆ। ସେମାନଙ୍କଠାରୁ ୨୦ଲିଟର ଦେଶୀ ମଦ ଜବତ କରାଯାଇଥିବା ବେଳେ ଉଭୟଙ୍କୁ ୪/୨୦ ଓ ୫/୨୦ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି।

ସୂଚନାଯୋଗ୍ୟ, ଲକ୍‌ଡାଉନ୍‌ ଚାଲିଥିବାବେଳେ ବିଦେଶୀ ମଦ କାଉଣ୍ଟରକୁ ସିଲ୍‌ କରି ଦିଆଯାଇଥିଲା। ଫଳରେ ନିକଟସ୍ଥ ଆଠଗଡ, ଖୁଣ୍ଟୁଣୀ ଓ ଢେଙ୍କାନାଳ ଜିଲା ଅଞ୍ଚଳରୁ ଚେରାରେ ମଦ ଆସି ଚୌଦ୍ୱାର ସହରରେ ଚୋରା ଦେଶୀ ମଦର ବ୍ୟାପକ କାରବାର ବଢିଯାଇଥିଲା। ଏନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ତରଫରୁ ଅଭିଯୋଗ ହୋଇଆସୁଥିଲା। ଅଗାମୀ ଦିନରେ ଚୌଦ୍ୱାର ଓ ଆଖପାଖ ପଞ୍ଚାୟତରେ ଚଢାଉ ଜୋରଦାର କରାଯିବ ବୋଲି ଚୌଦ୍ୱାର ଅବକାରୀ ବିଭାଗ ଭାରପ୍ରାପ୍ତ ଅଧିକାରୀ ସ୍ବାତୀ ପଟ୍ଟନାୟକ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri