ଚୌଦ୍ୱାର ସର୍କଲ ଜେଲ: ଆଧୁନିକୀକରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କଟକ ଜିଲାର ଚୌଦ୍ୱାର ସର୍କଲ ଜେଲ୍‌ର ଉନ୍ନତି କରାଯାଇ ଓଡ଼ିଶାରେ ଏକ ମଡେଲ ଜେଲରେ ପରିଣତ କରାଯିବ। ଏ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜେଲ ପରିସର ଚିକିତ୍ସାଳୟରେ ଡାକ୍ତରଙ୍କ ଅଭାବ ରହିଛି। ସ୍ବାସ୍ଥ୍ୟ ବିଭାଗ ସହିତ ଯୋଗସୂତ୍ର ରଖି ଡାକ୍ତର ନିଯୁକ୍ତି ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ଏଲୋପାଥି ଡାକ୍ତରମାନେ କମ୍‌ ଦରମାରେ ନିଯୁକ୍ତ ହେବାକୁ ପସନ୍ଦ କରୁନାହାନ୍ତି। ସେମାନଙ୍କ ଦରମା ବୃଦ୍ଧି ନେଇ ଆଲୋଚନା କରାଯାଇଛି। ଓଡ଼ିଶାର ସମସ୍ତ ଜେଲ ପରିସରରୁ ଉତ୍ପାଦିତ ଦ୍ରବ୍ୟଗୁଡ଼ିକୁ ଗୋଟିଏ ବ୍ରାଣ୍ଡ ନାମ ଦିଆଯାଇ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର କାଉଣ୍ଟରରେ ବିକ୍ରି କରାଯିବା ଏବଂ ଅନ୍‌ଲାଇନ୍‌ ବିକ୍ରି ବ୍ୟବସ୍ଥା ପାଇଁ ପଦକ୍ଷେପ ନେବାକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜେଲ ରନ୍ଧନଶାଳାକୁ ଫୁଲନଖରା ‘ଅକ୍ଷୟ ପାତ୍ର’ ରନ୍ଧନଶାଳା ଭଳି ଆଧୁନିକୀକରଣ କରିବାକୁ ଜେଲ ମହାନିର୍ଦ୍ଦେଶକ ସତ୍ୟଜିତ୍‌ ମହାନ୍ତି ପରାମର୍ଶ ଦେଇଥିଲେ। ସେହିପରି ଜେଲ ପରିସରରେ କଏଦୀମାନଙ୍କ ପରିବାରବର୍ଗଙ୍କ ସହ ସାକ୍ଷାତ୍‌ କରିବା ନିମନ୍ତେ ଉଦ୍ଦିଷ୍ଟ ‘ମୁଲାକାତ୍‌’ ଗୃହର ଆଧୁନିକୀକରଣ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri