Posted inଖେଳ

ଛକାରେ ଗେଲ୍‌ଙ୍କ ରେକର୍ଡ

ନଟିଂହାମ୍‌, ୧।୬- ଓ୍ବେଷ୍ଟଇଣ୍ଡିଜ୍‌ ବିସ୍ଫୋରକ ଓପନର କ୍ରିସ୍‌ ଗେଲ ଆଉ ଏକ ରେକର୍ଡ ହାସଲ କରିଛନ୍ତି। ବିଶ୍ୱକପ୍‌ ଇତିହାସରେ ସେ ସର୍ବାଧିକ ଛକା ମାରିବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱକପ୍‌ରେ ସେ ମୋଟ ୨୭ଟି ମ୍ୟାଚ୍‌ ଖେଳି ୪୦ଟି ଛକା ମାରିଛନ୍ତି। ଶୁକ୍ରବାର ପାକିସ୍ତାନ ବିପକ୍ଷରେ ସେ ଦ୍ରୁତ ୫୦ ରନ କରିଥିଲେ। ଏଥିରେ ୬ଟି ଚୌକା ଓ ୩ଟି ଛକା ସାମିଲ ଥିଲା। ଏହିକ୍ରମରେ ସେ ଦକ୍ଷିଣ ଆଫ୍ରିକାର ଏବି ଡିଭିଲର୍ସଙ୍କୁ ପଛରେ ପକାଇଛନ୍ତି। ଡିଭିଲର୍ସ ୨୩ଟି ମ୍ୟାଚ୍‌ ଖେଳି ୩୭ଟି ଛକା ମାରିଥିଲେ। ସେହିପରି ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ୪୬ଟି ମ୍ୟାଚ୍‌ ଖେଳି ୩୧ଟି ଛକା ମାରିବା ସହ ତୃତୀୟ ସ୍ଥାନରେ ରହିଛନ୍ତି। ଦକ୍ଷିଣ ଆଫ୍ରିକାର ହର୍ଶେଲ ଗିବ୍ସ ୨୫ଟି ମ୍ୟାଚରୁ ୨୮ଟି ଛକା ମାରି ଚତୁର୍ଥ ସ୍ଥାନରେ ରହିଛନ୍ତି। ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଓ ଶ୍ରୀଲଙ୍କା ପୂର୍ବତନ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା ଯଥାକ୍ରମେ ୪୫ ଓ ୩୮ଟି ମ୍ୟାଚ୍‌ରୁ ସମାନ ୨୭ଟି ଲେଖାଏ ଛକା ମାରି ଯୁଗ୍ମ ପଞ୍ଚମସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri