ଛଟ୍‌ ପୂଜା ପାଇଁ ପୁରୀରୁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩୦-୧୦(ବ୍ୟୁରୋ):ଛଟ୍‌ ପୂଜାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ହଟିୟା, ପାଟନା ଓ ଭାଗଲପୁରକୁ ସ୍ବତନ୍ତ୍ର ଭାବେ ଏହି ଟ୍ରେନ ଚଳାଚଳ କରିବ। ହଟିୟାକୁ ଚଳାଚଳ କରିବାକୁ ଥିବା ସ୍ବତନ୍ତ୍ର ଟ୍ରେନ ପୁରୀରୁ ଅପରାହ୍ନ ୧ଟା ୩୦ରେ ଛାଡି ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡା, ରାଉରକେଲା ଦେଇ ଯାତ୍ରା କରିବ। ସେହିଭଳି ଗୁରୁବାର ସକାଳ ୯ଟାରେ ହଟିୟାଠାରୁ ପୁରୀ ଅଭିମୁଖେ ବାହାରିବ। ଏହି ଟ୍ରେନରେ ଗୋଟିଏ ଏସି-୨ ଟାୟାର, ୩ ଏସି-୩ ଟାୟାର, ୧୦ ସ୍ଲିପର କ୍ଲାସ, ୪ ସାଧାରଣ ଦ୍ୱିତୀୟ ଶ୍ରେଣୀ ଓ ଦୁଇଟି ଗାର୍ଡ ତଥା ଲଗେଜ ଭ୍ୟାନ ରଖାଯାଇଛି। ଅନ୍ୟପକ୍ଷରେ ୦୮୪୨୩/୧୮୪୨୪ ପୁରୀ-ପାଟନା-ପୁରୀ ସ୍ବତନ୍ତ୍ର ଟ୍ରେନ ପୁରୀରୁ ଅକ୍ଟୋବର ୨୬ ସକାଳ ୯ଟା ୨୫ରେ ଛାଡ଼ି ୨୭ ତାରିଖ ସକାଳ ୬ଟା ୧୫ରେ ପାଟନାରେ ପହଞ୍ଚତ୍ଥିବାବେଳେ ପୁଣି ନଭେମ୍ବର ୨ ଶନିବାର ସକାଳେ ସମାନ ସମୟରେ ଛାଡ଼ି ପରଦିନ ପହଞ୍ଚତ୍ବ। ସେହିଭଳି ପାଟନାରୁ ଅକ୍ଟୋବର ୨୭ ଓ ନଭେମ୍ବର ୩ ତାରିଖ ଅପରାହ୍ନ ୧ଟା ୪୫ରେ ଛାଡି ପୁରୀରେ ତା ପରଦିନ ସକାଳ ୯ଟା ୪୫ରେ ପହଞ୍ଚତ୍ବ। ୦୮୪୨୫/୧୮୪୨୬ ପୁରୀ-ଭାଗଲପୁର-ପୁରୀ ସ୍ବତନ୍ତ୍ର ଟ୍ରେନ ପୁରୀରୁ ଅକ୍ଟୋବର ୩୦ ଓ ନଭେମ୍ବର ୬ ତାରିଖ ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ଛାଡି ଭାଗଲପୁରରେ ତା’ ପରଦିନ ସକାଳ ୭ଟାରେ ପହଞ୍ଚତ୍ବ। ଭାଗଲପୁରରୁ ଅକ୍ଟୋବର ୩୧ ଓ ନଭେମ୍ବର ୭ ସକାଳ ୮ଟା ୩୦ରେ ଛାଡି ପୁରୀରେ ତା’ ପରଦିନ ସକାଳ ୬ଟା ୪୫ରେ ପହଞ୍ଚତ୍ବ। ଏହି ଟ୍ରେନ ଦ୍ୱୟରେ ପ୍ରତ୍ୟେକ ୯ ସ୍ଲିପର କ୍ଲାସ, ୫ ସାଧାରଣ ଦ୍ୱିତୀୟ ଶ୍ରେଣୀ ଓ ୨ ଗାର୍ଡ ତଥା ଲଗେଜ ଭ୍ୟାନ ବ୍ୟବସ୍ଥା ରହିଛି। ପୁରୀ, ପାଟନ ଓ ଭାଗଲପୁର ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଷ୍ଟେଶନରେ ରହଣି କରିବ। ଯାତ୍ରୀମାନେ ଯାତ୍ରୀ ସଂରକ୍ଷଣ ପ୍ରଣାଳୀ ଅନୁଯାୟୀ ବୁକିଂ କାଉଣ୍ଟର, ମୋବାଇଲ ଫୋନ୍‌ ଓ ଆଇଆର୍‌ସିଟିସି ୱେବ୍‌ସାଇଟରୁ ଟିକେଟ ବୁକ କରିପାରିବେ ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri