Posted inବରଗଡ଼

ଛତିଶଗଡ଼ରେ କରୋନା ରୋଗୀ ଓଡ଼ିଶାରେ ଶଟ୍‌ଡାଉନ୍‌

ସୋହେଲା, ୭।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କରଣ୍ଡୋଲା ପଞ୍ଚାୟତର ଦୁଆନପାଲି ଓ ଅଏଁଲାପାଲି ଗ୍ରାମକୁ ସରପଞ୍ଚ ଶନିବାର ଓ ରବିବାର ଦୁଇଦିନ ଧରି ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ।
ସୂଚନାନୁଯାୟୀ, କରଣ୍ଡୋଲା ପଞ୍ଚାୟତ ଅନ୍ତର୍ଗତ ସୀମାନ୍ତ ଦାମପାଲି ଗ୍ରାମ ନିକଟରେ ଛତିଶଗଡ଼ ରାଜ୍ୟ ରାୟଗଡ ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଡୁମେରପାଲି ଗ୍ରାମ ରହିଛି । ଡୁମେରପାଲି ଗ୍ରାମଠାରୁ ଓଡ଼ିଶାର ଦାମପାଲି ଗ୍ରାମ ମାତ୍ର ଶହେ ମିଟର ଦୂରତା । ଉଭୟ ଗ୍ରାମବାସୀ ଗୋଟିଏ ପୋଖରୀରେ ଗାଧୋଇଥାନ୍ତି। ଗତ ବୁଧବାର ଛତିଶଗଡ଼ ରାଜ୍ୟର ସୀମାନ୍ତ ଡୁମେରପାଲି ଗ୍ରାମରେ ଜଣେ ଯୁବକ ବାହାର ରାଜ୍ୟରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିଲେ। କ୍ୱାରାଣ୍ଟାଇନ ଅବଧି ପୂରି ଯିବା ପରେ ସେ ଘରକୁ ଫେରିଥିଲେ । ଘରକୁ ଫେରିବା ପରେ ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଥିଲା। ଏହା ଜଣାପଡିବା ପରେ ଗତ ବୁଧବାର ଦିନ ଦୁଆନପାଲି ଗ୍ରାମର ୱାର୍ଡ ମେମ୍ବର ଚମ୍ପାଦଳ ଭୁଏ କରଣ୍ଡୋଲ ସରପଞ୍ଚ ଲୋହିତା ସାହୁଙ୍କୁ ଜଣାଇଥିଲେ । ସରପଞ୍ଚଙ୍କ ସ୍ବାମୀ ମହିପାଲ ସାହୁ ଦାମପାଲି ଗ୍ରାମବାସୀ ଓ କରଣ୍ଡୋଲା ଗ୍ରାମର ୱାର୍ଡମେମ୍ବରଙ୍କୁ ନେଇ ସରପଞ୍ଚଙ୍କ ଉପସ୍ଥିତିରେ ଦାମପାଲି ଗାଁରେ ଏକ ସଭା କରାଯାଇଥିଲା। ସେଥିରେ ପ୍ରସ୍ତାବ ହୋଇଥିଲା ଯେ, ଛତିଶଗଡ଼ ରାଜ୍ୟକୁ କେହି ଯିବେ ନାହିଁ କି ଛତିଶଗଡ଼ ରାଜ୍ୟର କାହାକୁ ଓଡ଼ିଶାକୁ ପ୍ରବେଶ କରି ଦିଆଯିବନାହିଁ। ଏପରି କି ଦାମପାଲି ଓ ଡୁମ୍ବେରପାଲି ଗ୍ରାମବାସୀ ବ୍ୟବହାର କରୁଥିବା ପୋଖରୀ ପାଣି କେହି ବ୍ୟବହାର କରିବେ ନାହିଁ । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଶନିବାର ଓ ରବିବାର ସରପଞ୍ଚ ସାହୁ ଦୁଇ ଦିନଧରି ଅଏଁଲାପାଲି ଓ ଦୁଆନପାଲି ଗ୍ରାମକୁ
ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?