Posted inଜାତୀୟ

ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ

ରାୟପୁର,୧୯।୩: କରୋନା ଆଁରେ ସାରା ବିଶ୍ୱ। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ଭିତରେ ଗୁରୁବାର ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଯୁବତୀଙ୍କ ଜଣଙ୍କ ହେଉଛନ୍ତି ରାୟପୁରର ବାସିନ୍ଦା। ରବିବାର ଉକ୍ତ ୨୪ ବର୍ଷୀୟ ଯୁବତୀ ଲଣ୍ଡନରୁ ରାୟପୁରକୁ ଫେରିଥିଲେ। ତାଙ୍କୁ ଥଣ୍ଡା, କାଶ ଓ ସର୍ଦ୍ଦି ସମସ୍ୟା ହେବାରୁ ଡାକ୍ତର ତାଙ୍କର ଯାଞ୍ଚ କରିବା ସହ ଘରେ ରହିବାକୁ ପରାମର୍ଶ ଦେଇଥିଲେ। ଗୁରୁବାର ରିପୋର୍ଟ ଆସିବା ପରେ ପୀଡ଼ିତ ଯୁବତୀ ଓ ତାଙ୍କ ମା’ ବାପାଙ୍କୁ ରାୟପୁରର ଏମ୍ସ ହସ୍ପିଟାଲର ଆଇସୋଲେଶନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟୁଇଟ କରି ସୂଚନା ଦେଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୭୩କୁ ପହଞ୍ଚିଛି। ସେହିପରି କରୋନାରେ ଭାରତରେ ଏପର୍ଯ୍ୟନ୍ତ ୩ଜଣଙ୍କର ମୃତ୍ୟୁ ହୋଇସାରିଛି। ଅପରପକ୍ଷେ ଗୁରୁବାର ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜନ ହୋଇଛି। ଏହି ବୈଠକରେ କରୋନା ମୁକାବିଲା ନେଇ କାର୍ଯ୍ୟ ଯୋଜନା ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri