ଛତୁଆ ବିଲ୍‌ ପାସ୍‌ କରିବା ନେଇ ମହିଳାଙ୍କୁ ଅସଦାଚରଣ : ଯୋଡା ବିଡିଓଙ୍କ ନାମରେ ଏତଲ।

ଯୋଡା, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବିଡିଓ ଛତୁଆ ବିଲ୍‌ ପାସ୍‌ କରିବା ଆଳରେ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଶୁକ୍ରବାର ଯୋଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ବ୍ଲକରେ ବିଭିନ୍ନ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛତୁଆ ଯୋଗାଣ କରୁଥିବା ଗାୟତ୍ରୀ ମିଶନ ଶକ୍ତି ମହାସଂଘର ୧୫ରୁ ଊର୍ଦ୍ଧ୍ୱ ମହିଳା ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି।
ଅଭିଯୋଗ ଅନୁଯାୟୀ, ଗାୟତ୍ରୀ ମିଶନ ଶକ୍ତି ଯୋଡ଼ା ବ୍ଲକର ଆଇସିଡିଏସ ଅଧୀନରେ ଥିବା ୨୮୧ଟି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଦୀର୍ଘ ୮ ବର୍ଷ ହେବ ଛତୁଆ ଯୋଗାଣ କରୁଛି। ଯୋଡ଼ା ବିଡିଓ ଯେଉଁଦିନଠାରୁ ସିଡିପିଓ ଦାୟିତ୍ୱରେ ରହିଲେଣି ସେହିଦିନଠାରୁ ସେ ଗାୟତ୍ରୀ ମିଶନ ଶକ୍ତିର ସଭ୍ୟାମାନଙ୍କୁ ଛତୁଆ ବିଲ୍‌ ପାସ୍‌ କରିବା ଆଳରେ ଅନେକ ସମୟରେ ହଇରାଣ କରୁଛନ୍ତି। ସେମାନଙ୍କର ବିଲ୍‌କୁ ମିଶନ ଶକ୍ତିର ଆକାଉଣ୍ଟରେ ନ ପଠାଇ ଭୁଲ୍‌ ଆକାଉଣ୍ଟରେ ୫୦ ପ୍ରତିଶତ ଅର୍ଥ ପଠାଇଛନ୍ତିି। ଅନ୍ୟପକ୍ଷରେ ବିଲ୍‌ ପାସ୍‌ କରାଇ ଦେବା ଆଳରେ ଗାୟତ୍ରୀ ମିଶନ ଶକ୍ତିର ମହିଳାମାନଙ୍କୁ ସନ୍ଧ୍ୟାରେ ଏକୁଟିଆ ଆସିବା ପାଇଁ କହିବା ସହିତ ସେମାନଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ଗାୟତ୍ରୀ ମିଶନ ଶକ୍ତିର ସଭାପତି ହେମବତୀ ବାରିକ ଓ ସମ୍ପାଦିକା ପଙ୍କଜିନୀ ବାରିକଙ୍କ ସମେତ ୧୫ରୁ ଊର୍ଦ୍ଧ୍ୱ ସଭ୍ୟା ଏକତ୍ରିତ ହୋଇ ନ୍ୟାୟ ପାଇଁ ଯୋଡ଼ା ଥାନାର ଦ୍ୱାରସ୍ଥ ହୋଇଥିଲେ। ଏସମ୍ପର୍କରେ ବିଡିଓ ଯୋଗେଶ୍ୱର ନାଏକଙ୍କୁ ପଚାରିବାରୁ ତାଙ୍କ ବିରୋଧରେ ହୋଇଥିତ୍ବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି। ସମ୍ପୃକ୍ତ ମିଶନ ଶକ୍ତି ମହାସଂଘ ଦ୍ୱାରା ଛତୁଆ ବଣ୍ଟନରେ ଅନିୟମିତତା ହୋଇଥିତ୍ବା ନେଇ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲି। ତେଣୁ ସେମାନେ ମୋ ବିରୋଧରେ ଏଭଳି ଅଭିଯୋଗ କରିଛନ୍ତି ବୋଲି ବିଡିଓ ପ୍ରକାଶ କରିଛନ୍ତି। ଯୋଡା ଥାନାରେ ଉପସ୍ଥିତ ଥିବା ବଡବିଲ ଏସ୍‌ଡିପିଓ ସତ୍ୟ ବିକାଶ ଭୂୟାଁ ଏବଂ ଥାନା ଅଧିକାରୀ ରାଇସେନ୍‌ ମୁର୍ମୁଙ୍କୁ ପଚାରିବାରୁ ମହିଳାମାନଙ୍କ ସହ ଆଲୋଚନା ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି କହିଛନ୍ତି। ତେବେ ନ୍ୟାୟ ନ ମିଳିଲେ ଆନ୍ଦୋଳନ କରାଯିବ ବୋଲି ଗାୟତ୍ରୀ ମିଶନ ଶକ୍ତିର ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri