ଛତ୍ରପୁର ବିଡିଓଙ୍କ ପରେ ପାତ୍ରପୁର ତହସିଲଦାରଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଯୋଦ୍ଧାଙ୍କୁ ଅସମ୍ମାନ ଏବଂ ଦୁର୍ବ୍ୟବହାର କରାଯାଉଥିବା ଅଭିଯୋଗ ବଢ଼ିବାରେ ଲାଗିଛି। ଡାକ୍ତର, ଆଶାକର୍ମୀ, ଶିକ୍ଷକ, ମହିଳା ସଂଘ ସଦସ୍ୟ ଏପରିକି ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହେଉଥିବା ନଜିରକୁ ଆସୁଛି। ଏବେ ଓଏଏସ୍‌ ଅଫିସରଙ୍କ ଉପରେ ଆକ୍ରମଣ ହେବାରେ ଲାଗିଛି। ଛତ୍ରପୁର ବିଡ଼ିଓଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ଅସନ୍ତୋଷ ଥମି ନ ଥିବା ବେଳେ ଜିଲାର ପାତ୍ରପୁର ତହସିଲଦାର ଶ୍ରୀନିବାସ ବେହେରାଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

ତହସିଲଦାର ୨୧ ତାରିଖରେ ଗୋଠ ଗାଁ ଅଞ୍ଚଳର ଏକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନରେ ଯିବା ସମୟରେ ଚିକିଟି ଅଞ୍ଚଳର ନୂଆମିଶାଣପୁରର ଏକ ସଙ୍ଗରୋଧ କେନ୍ଦ୍ରର ୧୦୦ ମିଟର ପରିଧି ମଧ୍ୟରେ ୫୦ ଉର୍ଦ୍ଧ୍ୱ ବ୍ୟକ୍ତି ସମାଜିକ ଦୂରତ୍ୱ ନ ରଖି ବୁଲୁଥିବା ଦେଖିବାକୁ ପାଇଥିଲେ। ଏହାକୁ ତହସିଲଦାର ବାରଣ କରିଥିଲେ। ଏପରିକି ସେଠାରେ କ୍ରିକେଟ ଖେଳୁଥିବା କିଛି ଯୁବକଙ୍କୁ ଆଇନ ଉଲଘଂନ ହେଉଥିବା ଏବଂ ଏଠାରେ ୧୪୪ ଧାରା ଲାଗୁ ରହିଛି ବୋଲି ସେ କହିଥିଲେ। ହେଲେ ସେହି ଯୁବକମାନେ ତାଙ୍କୁ ଦୁର୍ବ୍ୟବହାର କରିବା ସହ କ୍ରିକେଟ ଷ୍ଟମ୍ପରେ ଆକ୍ରମଣ କରିଥିଲେ। ଏପରିକି କେତେକ ବାଇକଧରି ତହସିଲଦାରଙ୍କ ଚାରିପଟେ ବୁଲିଥିଲେ। ଏନେଇ ସେ ୨୨ ତାରିଖ ରେ କେ ନୁଆଁଗାଁ ଥାନାରେ ଏତଲା ଦେଇଥିଲେ ଏବଂ ଏହାକୁ ଭିତି କରି ଏକ ମାମଲା (୧୮୮/୨୦) ରୁଜୁ ହୋଇଛି। ଗଞ୍ଜାମ ଜିଲା ଓଏଏସ୍‌ ସଙ୍ଘ ତରଫରୁ ଛତ୍ରପୁର ସର୍କିଟ ହାଉସରେ ଶନିବାର ସଂଘ ସଭାପତି ତଥା ଏଡ଼ିଏମ୍‌ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କରାଯାଇ ଏହାକୁ ନିନ୍ଦା କରଯାଇଥିଲା। ପରେ ଗଞ୍ଜାମ ଜିଲାପାଳ ଏବଂ ବ୍ରହ୍ମପୁର ଏସ୍‌ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ବର୍ତମାନ ସୁଦ୍ଧା ଏଥିରେ ସମ୍ପୃକ୍ତଙ୍କୁ ପୋଲିସ ଗିରଫ କରିପାରିନାହିଁ। ଅପରପକ୍ଷେ ଅଭିଯୁକ୍ତଙ୍କ ଉପରେ ଏନ୍‌ଏସ୍‌ଏ ଲଗାଇବାକୁ ସଂଘ ଦାବି କରିଛି। ୨୪ ଘଣ୍ଟା ମଧ୍ୟରେ ସମ୍ପୃକ୍ତଙ୍କୁ ଗିରଫ କରିବାକୁ ଦାବି ହୋଇଛି। ଏସମ୍ପର୍କରେ ସରକାର ଓ ରାଜ୍ୟ ସଂଘକୁ ଜଣାଇବୁ ବୋଲି ଜିଲା ସଂଘ ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri