ଛତ୍ରପୁର ବିଡିଓଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ; ଏନ୍‌ଏସ୍‌ଏ ଲଗାଇବାକୁ ଓଏଏସ୍‌ ସଂଘର ଦାବି

ଛତ୍ରପୁର, ୨୧।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କୁ ଆକ୍ରମଣ ଓ ହତ୍ୟା ଧମକ ମାମଲାରେ ସମ୍ପୃକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ପଞ୍ଚାୟତ ଅଧୀନ ତେଲୁଗୁନୂଆଗାଁର ବାପି ଦାସ ଓରଫ ସରୋଜ ଦାସ।

ଅପରପକ୍ଷରେ ଗୁରୁବାର ପୂର୍ବାହ୍ନରେ ଗଞ୍ଜାମ ଜ଼ିଲା ଓଏଏସ୍‌ ସଂଘର ଏକ ବୈଠକ ସଭାପତି ତଥା ଅତିରିକ୍ତ ଜ଼ିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା। ବିଡିଓଙ୍କୁ ଆକ୍ରମଣ ନେଇ ପ୍ରତିବାଦ ସହ ସଂଘ ପକ୍ଷରୁ ନିନ୍ଦା କରାଯାଇଥିଲା ପରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଏସ୍‌ପି ବ୍ରିଜେଶ କୁମାର ରୟଙ୍କୁ ଭେଟି ସଂଘ ପକ୍ଷରୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ଏହି ମାମଲାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ, ଏନ୍‌ଏସ୍‌ଏ( ଜାତୀୟ ନିରାପତ୍ତା ଆଇନ ), ମହାମାରୀ ଆଇନ ୧୮୯୭, ଜାତୀୟ ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫ ଓ କୋଭିଡ -୧୯ ନିୟମ ୨୦୨୦ ଲଗାଇବାକୁ ସଂଘ ପକ୍ଷରୁ ଦାବି ହୋଇଛି। ସେହିପରି ଛତ୍ରପୁର ବିଡିଓଙ୍କୁ ପିଏସ୍‌ଓ ପ୍ରଦାନ, କୋଭିଡ -୧୯ ସରିବା ପର୍ଯ୍ୟନ୍ତ ସମସ୍ତ ବିଡ଼ିଓ ଓ ତହସିଲଦାରଙ୍କୁ ପିଏସ୍‌ଓ ପ୍ରଦାନ, ବିଡ଼ିଓ ଏନେ୍‌ଫୋର୍ସମେଣ୍ଟରେ ଗଲାବେଳେ ଆବଶ୍ୟକୀୟ ପୋଲିସ ଫୋର୍ସ ବ୍ୟବସ୍ଥା ଏବଂ ଜଣେ ପ୍ରଶାସନିକ ଅଧିକାରୀଙ୍କ ନେତୃତ୍ୱରେ ପୋଲିସ ମୋବାଇଲ ଟିମ୍‌ କ୍ୱାରେଣ୍ଟାଇନ ସେଣ୍ଟର ପରିଦର୍ଶନ କରିବା ଦାବି ରହିଛି। ବିଡ଼ିଓଙ୍କ ଏତଲା କ୍ରମେ ଏକ ମାମଲା ( ନଂ. ୬୨/୨୦) ରୁଜୁ କରାଯିବା ସହ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ସମ୍ପୃକ୍ତଙ୍କୁ ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି।

ପ୍ରକାଶଯୋଗ୍ୟ, ଛତ୍ରପୁର ବିଡ଼ିଓ ଓ ତହସିଲଦାର ଅଗସ୍ତିନୂଆଗାଁ ପଂଚାୟତରେ ଥିବା କ୍ୱାରେଣ୍ଟାଇନ ସେଣ୍ଟର ପରିଦର୍ଶନ କରିବାକୁ ଯାଉଥିବାବେଳେ ନିକଟରେ ୨୦ ରୁ ଉର୍ଦ୍ଧ୍ୱ ଯୁବକ କ୍ରିକେଟ ଖେଳୁଥିବା ଦେଖିବାକୁ ପାଇଥିଲେ। ସେମାନେ କୋଭିଡ ନିୟମ ଉଲଂଘନ କରୁଥିବା, ମାସ୍କ ପିନ୍ଧି ନ ଥିବା ଓ ସାମାଜିକ ଦୂରତା ନ ଥିବା ଦେଖି ବିଡିଓ ତାଙ୍କୁ ତାଗିଦ କରିଥିଲେ । ହଠାତ ବାପି ଓ ଅନ୍ୟମାନେ ଅସଭ୍ୟ ଭାଷା କହି ଷ୍ଟମ୍ପରେ ବିଡ଼ିଓ ଙ୍କୁ ଆକ୍ରମଣ କରିଥିଲେ । ଏଥିସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ନିକଟରେ ଥିବା ତହସିଲଦାର ଓ ବିଡ଼ିଓ ଙ୍କ ଡ୍ରାଇଭର ତାଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri