ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍ପାଲମ୍ ଓ କଣାମଣା ପଞ୍ଚାୟତର ପୁରୁଣା ଛତ୍ରପୁର ରାଜସ୍ବଗଁ। ମ୍ୟୁନିସିପାଲଟିରେ ମିଶିବା ପାଇଁ ସହମତି ଦେଇଛନ୍ତି। ଅପରପକ୍ଷରେ ଚିକଲଖଣ୍ଡି ପଞ୍ଚାୟତ ପକ୍ଷରୁ ଏହାର ଅଧୀନ ବାସନାପଲ୍ଲୀ ରାଜସ୍ବ ଗଁା ଛତ୍ରପୁର ଏନ୍ଏସିରେ ମିଶିବନି ବୋଲି ଲିଖିତ ଭାବେ ଜଣାଇଛି। ପୋଡାପଦର ପଞ୍ଚାୟତରୁ ଏଯାବତ୍ କୌଣସି ଉତ୍ତର ମିଳିପାରିନାହିଁ। ଏହି ରିପୋର୍ଟ ଏନ୍ଏସି ପକ୍ଷରୁ ଜିଲାପାଳ ଓ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।
ପ୍ରକାଶଯେ, ଛତ୍ରପୁର ଏନ୍ଏସି ଉପକଣ୍ଠରେ ଥିବା ଚିକିଲଖଣ୍ଡି ପଞ୍ଚାୟତର ବାସନାପଲ୍ଲୀ ରାଜସ୍ବ ଗଁା, କଣମଣା ପଞ୍ଚାୟତର ପୁରୁଣା ଛତ୍ରପୁର, ଅଗସ୍ତିନୂଆଗଁାର ଜିଏନ୍ ପାଲମ୍ ଓ ପୋଡାପଦର ପଞ୍ଚାୟତର କୁମାରବେଗପଲ୍ଲୀ ରାଜସ୍ବଗଁାକୁ ଏନ୍ଏସିରେ ମିଶ୍ରଣ କରି ଏହାକୁ ମ୍ୟୁନିସିପାଲିଟି କରିବାର ଯୋଜନା ହୋଇଥିଲା। ଏନ୍ଏସିକୁ ମ୍ୟୁନିସିପାଲିଟି କରିବାକୁ ହେଲେ ସେଠାକାର ଜନସଂଖ୍ୟା ୨୫ ହଜାରରୁ ଊର୍ଦ୍ଧ୍ୱ ହେବା ଆବଶ୍ୟକତା ରହିଛି। ମିଳିଥିବା ସୂଚନା ଅନୁସାରେ, ୨୦୧୧ ଜଣଗଣନା ଅନୁସାରେ ଛତ୍ରପୁର ଏନ୍ଏସିର ଜନସଂଖ୍ୟା ୨୨ ହଜାର ୨୭ ରହିଥିଲା। ଜିଏନ ପାଲମର ଜନସଂଖ୍ୟା ୧୯୫୪ ଓ ପୁରୁଣା ଛତ୍ରପୁର ଜନସଂଖ୍ୟା ୨୮୪୫ ରହିଛି। ଏହି ୨ ରାଜସ୍ବ ଗଁା ମିଶିଲେ ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବାରେ ଅସୁବିଧା ହେବନି ବୋଲି ଜଣାପଡିଛି।
ପ୍ରକାଶଯେ, ଛତ୍ରପୁର ଏନ୍ଏସି ୧୯୫୫ରେ ଗଠନ ହୋଇଥିଲା। ଜିଲାର ଛତ୍ରପୁର, ଭଞ୍ଜନଗର ଓ ଆସିକା ଏନ୍ଏସିକୁ ମ୍ୟୁନିସିପାଲିଟିର ମାନ୍ୟତା ଘୋଷଣା କରିବା ନେଇ ପୂର୍ବରୁ ହାଇକୋର୍ଟରେ ଏକ ପିଟିଶନ ଦାଖଲ ହୋଇଥିଲା। ଏହି ପିଟିଶନକୁ ଆଧାର କରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ସଚିବଙ୍କୁ ଏହା ତ୍ୱରାନ୍ବିତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଜିଲାର ଆସିକା, ଭଞ୍ଜନଗର ଓ ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି ପାଇଁ ୩ମାସ ମଧ୍ୟରେ ଏହା ଉପରେ ନିଷ୍ପତ୍ତି ନେବାକୁ କୁହାଯାଇଥିଲା। ଏହି ୩ ଏନ୍ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ନେଇ ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ସଚିିବ, ଦକ୍ଷିଣାଞ୍ଚଳ ଆରଡିସି, ଗଞ୍ଜାମ ଜିଲାପାଳ, ଛତ୍ରପୁର ଓ ଭଞ୍ଜନଗର ଉପଜିଲାପାଳ, ଛତ୍ରପୁର, ଭଞ୍ଜନଗର ଓ ଆସିକା ଏନ୍ଏସି ନିର୍ବାହୀ ଅଧିକାରୀଙ୍କୁ ହାଇକୋର୍ଟରେ ଦାଖଲ ହୋଇଥିବା ପିଟିଶନରେ ପକ୍ଷଭୁକ୍ତ କରାଯାଇଥିଲା। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କୁ ଏକ ପତ୍ର ମାଧ୍ୟମରେ ବିଭିନ୍ନ ତଥ୍ୟ ମଗାଯାଇଥିଲା। ଯେଉଁ ସବୁ ଗଁା ଏନ୍ଏସିରେ ମିଶିବ ତା’ର ପ୍ରସ୍ତାବ ସହ ଏହାର ଜନସଂଖ୍ୟା କେତେ ରହିଛି ଏବଂ ମ୍ୟୁନିସିପାଲିଟି ହେଲେ ଉକ୍ତ ଅଞ୍ଚଳଗୁଡିକୁ ସମସ୍ତ ସୁବିଧା ଯୋଗାଇ ପାରିବେ କି ନାହିଁ ସେ ସମ୍ପର୍କରେ ତଥ୍ୟ ମଗାଯାଇଥିଲା। ଜିଲାପାଳଙ୍କ ପକ୍ଷରୁ ଛତ୍ରପୁର ଏନ୍ଏସି ନିର୍ବାହୀ ଅଧିକାରୀଙ୍କୁ ବିଭିନ୍ନ ତଥ୍ୟ ମଗାଯାଇଥିଲା। ଏହି ପରିପ୍ରେକ୍ଷୀରେ ଛତ୍ରପୁର ଏନ୍ଏସି ପକ୍ଷରୁ ଉକ୍ତ ତଥ୍ୟ ସଂଗ୍ରହ କରାଯାଇଛି। ଅପରପକ୍ଷରେ ୩ ମାସ ବିତି ଯାଇଥିଲେ ମଧ୍ୟ ଏହାର କୌଣସି ଉତ୍ତର ମିଳି ନ ଥିବାରୁ ମୁଖ୍ୟ ଶାସନ ସଚିବ ଓ ନଗର ଉନ୍ନୟନ ସଚିବଙ୍କ ବିରୋଧରେ ନିକଟରେ ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ ହୋଇଛି।
ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍ପାଲମ୍, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…
ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ
କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍
ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…
Archives

