କଟକ ଅଫିସ,୧୮ା୪: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ ମୁହଁକୁ ଅଲଗା କରାଯାଇଛି। ବାଳିକା ଜଣଙ୍କ ଦୁର୍ଭାଗ୍ୟବଶତଃ ପୋଡ଼ି ହୋଇଯାଇଥିଲେ। ଯେଉଁଥିରେ ତାଙ୍କ ମୁହଁର ତଳ ପାର୍ଶ୍ୱ ଛାତିରେ ଲାଗିଯାଇଥିଲା।
କରୋନାଜନିତ ଚିନ୍ତାରେ ସମଗ୍ର ରାଜ୍ୟ ବ୍ୟଥିତ ହେଉଥିବାବେଳେ ଏସ୍ସିବି ମେଡିିକାଲ କଲେଜ ଓ ହସ୍ପିଟାଲର ଡାକ୍ତରମାନେ ଏକ ସଫଳପୂର୍ଣ୍ଣ ଅସ୍ତ୍ରୋପଚାର କରିଛନ୍ତି। ସୂଚନା ମୁତାବକ, ଗଞ୍ଜାମ ଜିଲା ଆସ୍କା ଥାନା ଅନ୍ତର୍ଗତ ବଡ଼ଖୋଲି ଗ୍ରାମର ପୂଜା ସେଠୀ (୧୪) କିଛି ମାସ ତଳେ ପୋଡ଼ି ହୋଇଯାଇଥିଲେ। ସନ୍ଧ୍ୟା ଦୀପ ଲଗାଉଥିବାବେଳେ ତାଙ୍କ ଶରୀରରେ ନିଆଁ ଲାଗିଯାଇଥିଲା। ଗୁରୁତର ଅବସ୍ଥାରେ ପୂଜାଙ୍କୁ ପ୍ରଥମେ ଆସ୍କା ଡାକ୍ତଖାନା ଏବଂ ପରେ ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଡାକ୍ତରମାନେ ତାଙ୍କୁ ଏସ୍ସିବିକୁ ସ୍ଥାନାନ୍ତରିତ କରିଥିଲେ। ଏସ୍ସିବି ମେଡିକାଲରେ ଦୀର୍ଘ ଦିନ ଧରି ଚିକିତ୍ସା ହେବା ପରେ ଗତ ଜାନୁୟାରୀ ମାସରେ ତାଙ୍କୁ ପ୍ଲାଷ୍ଟିକ ସର୍ଜରୀ ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଗତ ୬ତାରିଖରେ ପ୍ରଫେସର ବିଭୂତି ଭୂଷଣ ପଟ୍ଟନାୟକଙ୍କ ନେତୃତ୍ୱରେ ଡା. ଆଶିଷ ପଟ୍ଟନାୟକ, ଡା. ରଶ୍ମିରଞ୍ଜନ ମହାନ୍ତି, ଡା. ଦୀପକ ସାହୁ, ଡା. ମହେଶ ମଣ୍ଡଳ, ଏବଂ ଡା. ରୋଜାଲିନ ମିଶ୍ର ସଫଳତାର ସହ ଏହି ଅସ୍ତ୍ରୋପଚାର କରିଥିଲେ।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
Archives


