ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି

ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ ମଧ୍ୟ ଅଦ୍ୟାବଧି ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ସମଗ୍ର ଭୋଗରାଇ ଅଞ୍ଚଳରେ ଆନ୍ଦୋଳନ ତେଜିବାରେ ଲାଗିଛି। ଏହି ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଅବିଳମ୍ବେ ଗିରଫ କରିବା, ବେଳାଭୂମିରେ ସାମାଜିକ ନିରାପତ୍ତା ସୁରକ୍ଷା ରଖିବା, ମଦ ଓ ମାଦକଦ୍ରବ୍ୟ ପ୍ରସାର ଓ ପ୍ରଚାର ବନ୍ଦ କରିବା, ବେଆଇନ ବାଇକ ଚାଳନା ବନ୍ଦ ରଖିବା ସହ ପର୍ଯ୍ୟଟକମାନଙ୍କୁ ସୁରକ୍ଷା ଦେବା, ତାଳସାରୀରେ ଉଜ୍ଜ୍ୱଳ ଆଲୋକ ଯୋଗାଇଦେବା, ବେଳାଭୂମିର ଉନ୍ନତି ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର ଆବଶ୍ୟକ ଆର୍ଥିକ ଅନୁଦାନ ଯୋଗାଇଦେବା ଆଦି ଦାବି ନେଇ ମଙ୍ଗଳବାର ତାଳସାରୀ ହେଲିପ୍ୟାଡ଼ ପଡ଼ିଆରେ ହୁଗୁଳି, ଗୋଛିଦାତେଘରୀ ଓ ସାହାବାଜିପୁର ପଞ୍ଚାୟତର ୮ଟି ଗ୍ରାମର ୫ଶହରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷ ମେଳି କରିଛନ୍ତି। ଏହି ମେଳିରେ ପୂର୍ବତନ ବ୍ଲକ ଚେୟାରମ୍ୟାନ୍‌ ଗଣପତି ଗିରିଙ୍କ ଅଧ୍ୟକ୍ଷତା କରିଥିଲେ। ମହାମାୟା ସ୍ବୟଂ ସହାୟକ ଗୋଷ୍ଠୀର ସଭାନେତ୍ରୀ ମମତା ଦାସ, ସମ୍ପାଦିକା କାଜଲ ଗଙ୍ଗେଇ, ସାମାଜିକ କର୍ମୀ ରବୀନ ସେନ, ସୁରେନ୍ଦ୍ର ଗଙ୍ଗେଇ, ଗୋପାଳ ଲାୟା, ପୁଣ୍ଡରୀ ଲାୟା, ବନମାଳି ପାଳ, ଗୋବିନ୍ଦ ଦାସ, ଅରୁଣ ଗିରି, ଖଗେନ୍ଦ୍ର ପାତ୍ର ପ୍ରମୁଖ ଜନ ଆନ୍ଦୋଳନ ପାଇଁ ଆହ୍ବାନ ଦେଇଛନ୍ତି। ଆସନ୍ତା ୭ଦିନ ମଧ୍ୟରେ ସମ୍ପୃକ୍ତ ଥିବା ଅପରାଧୀଙ୍କୁ ଗିରଫ କରା ନ ଗଲେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।
ଛାତ୍ରୀଙ୍କ ଶାରୀରିକ ନିର୍ଯାତନା ଓ ଭିଡ଼ିଓ ଭାଇରାଲ ଘଟଣାରେ ଜନଜୀବନ ସୁରକ୍ଷା ମଞ୍ଚ ପକ୍ଷରୁ ଲଗାତର ଆନ୍ଦୋଳନ ଜାରି ରହିଛି। ପୋଲିସ ବିନ୍ଧାପଦ୍ମପୁର ଗ୍ରାମର ତାପସ ମଣ୍ଡଳ (୨୨)ଙ୍କୁ ଗିରଫ କରି ଜେଲ ହାଜତକୁ ପଠାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଳମ୍ବ କରୁଥିବାରୁ ଅସନ୍ତୋଷ ତେଜିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri