ଛାତ୍ରୀ ମୃତ୍ୟୁକୁ ନେଇ ସ୍କୁଲରେ ତାଲା: ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ବାରିପଦା ଅଫିସ/ବଡ଼ସାହି,୧୨ା୯(ଡି.ଏନ.ଏ.)- ମୟୂଭରଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବୀରେଶ୍ୱରପୁର ଉଚ୍ଚ ବିଦ୍ୟାଳୟରେ ଥିବା ଅନୁସୂଚୀତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସର ଜଣେ ଅନ୍ତେବାସୀଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଛି। ପରିବାର ଲୋକଙ୍କ ସହ ଅଞ୍ଚଳବାସୀ ସ୍କୁଲ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ବିଭାଗୀୟ ଅଧିକାରୀ ପହଞ୍ଚି ବୁଝାଶୁଝା କରିବା ପରେ ମଧ୍ୟ ବିକ୍ଷୋଭକାରୀମାନେ ଜିଦରେ ଅଡ଼ି ବସିଛନ୍ତି। ପ୍ରଧାନ ଶିକ୍ଷକ ଓ ମାଟ୍ରନଙ୍କୁ ଦାୟୀ କରି ମୃତକଙ୍କ ମାଆ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତ କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ୩ଶହ ଶଯ୍ୟା ବିଶିଷ୍ଟ ଉକ୍ତ ବାଳିକା ଆଶ୍ରମରେ ୨୭୦ଛାତ୍ରୀ ରହିଆସୁଛନ୍ତି।ରବିବାର ଅପରାହ୍ନରେ ଅଷ୍ଟମ ଶ୍ରେଣୀର ଛାତ୍ରୀ ଅଞ୍ଜଳି ପାତ୍ର(୧୪) ହଠାତ ଅସୁସ୍ଥ ହୋଇପଡ଼ିଥିଲେ। ଛାତ୍ରୀ ନିବାସ ପରିଚାଳନା ଦାୟିତ୍ୱରେ ଥିବା ମାଟ୍ରନ ତାଙ୍କୁ ଡୁକୁରା ଡାକ୍ତରଖାନାରେ ଭର୍ର୍ତ୍ତିି କରିଥିଲେ। ମାତ୍ର ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପରିବାର ଲୋକେ ଡାକ୍ତରଖାନାରେ ପହଞ୍ଚି ଝିଅର ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ବଡ଼ସାହି ପୋଲିସ ବୁଝାଶୁଝା କରିବା ପରେ ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ୍‌ ମେଡିକାଲକୁ ଆଣିଥିଲେ। ସୋମବାର ସନ୍ଧ୍ୟାରେ ବୈଦ୍ୟପୁର ଛକରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ଉକ୍ତ ରାସ୍ତା ଦେଇ ଉଦଳା-ବାରିପଦା-ବଡ଼ସାହି ଓ ପ୍ରତାପପୁରକୁ ଚଳପ୍ରଚଳ କରୁଥିବା ଯାନବାହାନ ଅଟକି ରହିଥିଲା। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri