ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍) ଶିକ୍ଷୟତ୍ରୀ ଖୋଲି ଦେବାରୁ ମାମଲା ଥାନାକୁ ଯାଇଛି। ଏହାକୁ ନେଇ ଛାତ୍ରୀଙ୍କ ବାପା ସ୍କୁଲରେ ପହଞ୍ଚି ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ସ୍କୁଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ପୋଲିସ ପହଞ୍ଚି ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କୁ ଥାନାକୁ ଆଣିଥିଲା।
ଘଟଣାରୁ ପ୍ରକାଶ, ବ୍ରହ୍ମପୁରର ଏକ ଘରୋଇ ସ୍କୁଲ ୟୁନିଫର୍ମ ଶନିବାର ଧଳା ଥିବାବେଳେ ଜଣେ ଛାତ୍ରୀ ଧଳା ଫ୍ରକ୍ ଓ କଳାରଙ୍ଗର ପ୍ୟାଣ୍ଟ(ଲେଗିଙ୍ଗସ୍) ପିନ୍ଧିଥିଲେ। କ୍ଲାସ ଆରମ୍ଭ ବେଳେ ଛାତ୍ରୀ ପିନ୍ଧିଥିବା କଳା ରଙ୍ଗର ପ୍ୟାଣ୍ଟକୁ ଏହା ସ୍କୁଲ ୟୁନିଫର୍ମ ନୁହେଁ ବୋଲି କହି ଜଣେ ଶିକ୍ଷୟତ୍ରୀ ତାକୁ ଖୋଲି ଦେଇଥିଲେ। ଭୟରେ ଛାତ୍ରୀ ଜଣଙ୍କ କାହାକୁ କିଛି ନ କହି ଚୁପ ହୋଇ କ୍ଲାସରେ ବସିଥିଲେ। ସ୍କୁଲରୁ ଫେରିବା ବେଳେ ସେ ତାଙ୍କ ବାପାଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ଛାତ୍ରୀଙ୍କ ବାପା ଜଣେ ଆଇନଜୀବୀ ହୋଇଥିବାରୁ ସେ ଅଧ୍ୟକ୍ଷଙ୍କୁ ଘଟଣା ବିଷୟରେ ପଚାରିଥିଲେ। ପରେ ସେ ଏନେଇ ଥାନାରେ ଅଭିଯୋଗ କରିଥିଲେ। ଶେଷରେ ଶିକ୍ଷୟିତ୍ରୀ ଜଣଙ୍କ ଥାନାରେ ଲିଖିତ ଆକାରରେ ଦୋଷ ସ୍ବୀକାର କରିବା ସହ ଭବିଷ୍ୟତରେ ଏଭଳି ଭୁଲ କରିବେ ନାହିଁ ବୋଲି କହିଥିଲେ। ଶେଷରେ ଏହାର ଆପୋଷ ବୁଝାମଣାରେ ସମାଧାନ ହୋଇଥିବା ପୋଲିସ କହିଛି।
ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍; ଚାଲିଗଲା…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…
କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…
Archives

