ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ବିଦ୍ୟାଳୟରେ ଉତ୍ତେଜନା

ବାରିପଦା ଅଫିସ,୧୮ା୧୦- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜନୈକା ଷଷ୍ଠ ଶ୍ରେଣୀର ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏଥିନେଇ ଗୁରୁବାର ବିଦ୍ୟାଳୟ ପରିସରରେ ଉତ୍ତେଜନା ଦେଖା ଦେଇଥିଲା। ଅସଦାଚରଣ କରିଥିବା ଶିକ୍ଷକଙ୍କୁ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ଅଟକ ରଖିଥିଲେ। ଖବର ପାଇ ବାରିପଦା ସଦର ଥାନା ପୋଲିସ ଶିକ୍ଷକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ବେଳେ ସ୍ଥାନୀୟ ଲୋକେ ପୋଲିସକୁ ମଧ୍ୟ ଅଟକ ରଖିଥିଲେ। ବିଦ୍ୟାଳୟ ପରିସରରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଅଭିଯୋଗ ଅନୁଯାୟୀ, ବୁଧବାର ଛାତ୍ରୀ ଜଣକ ମଧ୍ୟାହ୍ନଭୋଜନ ସାମଗ୍ରୀ ଆଣିବା ପାଇଁ ବିଦ୍ୟାଳୟର ଅଫିସ ଗୃହକୁ ଯାଇଥିଲେ। ଏହି ସମୟରେ ଏକୁଟିଆ ପାଇ ସମ୍ପୃକ୍ତ ଶିକ୍ଷକ ତାଙ୍କୁ ଅସଦାଚରଣ କରିଥିଲେ। ଏ ନେଇ କାହାକୁ କିଛି ନ ଜଣାଇବା ପାଇଁ ଧମକ ମଧ୍ୟ ଦେଇଥିଲେ। ଛାତ୍ରୀ ଜଣକ ଘରକୁ ଫେରି ଭୟରେ କାହାକୁ କିଛି ଜଣାଇ ନ ଥିଲେ। ଗୁରୁବାର ସେ ବିଦ୍ୟାଳୟ ଯିବାକୁ ମନା କରିଥିଲେ। ପରିବାର ଲୋକେ କାରଣ ପଚାରିବାରୁ ଛାତ୍ରୀ ଜଣକ ଶିକ୍ଷକଙ୍କ ଅସଦାଚରଣ କଥା କହିଥିଲେ। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଲୋକେ ବିଦ୍ୟାଳୟକୁ ଯାଇ ସମ୍ପୃକ୍ତ ଶିକ୍ଷକଙ୍କୁ କୈଫିୟତ ମାଗିଥିଲେ। ପରେ ବିଦ୍ୟାଳୟରେ ଉତ୍ତେଜନା ଦେଖାଯାଇଥିଲା। ବିଦ୍ୟାଳୟ ପରିସରରେ ଥିବା ଏକ କାରକୁ ଲୋକେ ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri