ଅନୁଗୋଳ ଅଫିସ, ୪।୮-ଅନୁଗୋଳ ଥାନା ପଞ୍ଚମହଲା ନିକଟରେ ୨୦୧୭ ମାର୍ଚ୍ଚ ୩୧ରେ ଜଣେ ଛାତ୍ରୀଙ୍କୁ ଗଣ ବଳାତ୍କାର କରାଯାଇଥିବା ମାମଲାରେ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଅନୁଗୋଳ ଅତିରିକ୍ତ ଜିଲା ଦୌରା ଜଜ୍ ତଥା ବାଳ ଅପରାଧ ବିଚାରପତି ସୁରେଶ ଚନ୍ଦ୍ର ପ୍ରଧାନ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଥିବା ମାମଲା ପରିଚାଳନା କରିଥିବା ଅତିରିକ୍ତ ପିପି ତାପସ ରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ମୋଟ ୧୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଓ ୮ଟି ଦସ୍ତାବିଜ ଅନୁଧ୍ୟାନ କରି କୋର୍ଟ ଏପରି ରାୟ ଶୁଣାଇଥିବା ପିପି ପ୍ରକାଶ କରିଛନ୍ତି। ଏହି ମାମଲାରେ ମୋଟ୍ ୬ଜଣଙ୍କ ସମ୍ପୃକ୍ତି ଥିବା ବେଳେ ପୂର୍ବରୁ ୪ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇସାରିଛି। ତେବେ ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ରହିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୭ ମାର୍ଚ୍ଚ ୩୧ରେ ସମ୍ପୃକ୍ତା ଛାତ୍ରୀ ମାଉସୀ ପୁଅ ଭାଇ ସହ ଯାଉଥିବା ବେଳେ ୬ ଅଭିଯୁକ୍ତ ସେମାନଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ଟଙ୍କା ମାଗିଥିଲେ। ପରେ ଅଭିଯୁକ୍ତମାନେ ଛାତ୍ରୀଙ୍କୁ ବଳାତ୍କାର କରିବା ସହିତ ମୋବାଇଲରେ ଭିଡିଓ ରେକର୍ର୍ଡିଂ କରିଥିଲେ। ୨୦ ହଜାର ଟଙ୍କା ନ ଦେଲେ ଇଣ୍ଟରନେଟ୍ରେ ଭିଡିଓ ଭାଇରାଲ କରିଦେବାକୁ ଧମକ ଦେଇ ଉଭୟଙ୍କୁ ଛାଡ଼ି ଦେଇଥିଲେ। ଘଟଣା ସମ୍ପର୍କରେ ଛାତ୍ରୀଙ୍କ ପରିବାର ପକ୍ଷରୁ ୨୦୧୭ ଏପ୍ରିଲ ୧ରେ ଅନୁଗୋଳ ଥାନାରେ ଅଭିଯୋଗ କରାଯାଇଥିଲା। ପୋଲିସ ନଂ.୧୮୧/୨୦୧୭ରେ ମାମଲା ରୁଜୁ କରି ଅତି ଗୋପନର ସହ ତଦନ୍ତ ଚଳାଇ ସେହି ମାସ ୧୪ ତାରିଖରେ ଜଣେ ନାବାଳକଙ୍କ ସହ ୫ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଜଣେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଗିରଫ ୫ ଅଭିଯୁକ୍ତଙ୍କ ମଧ୍ୟରୁ ନାବାଳକଙ୍କୁ ବାଦ ଦେଇ ଅନ୍ୟ ୪ ଅଭିଯୁକ୍ତଙ୍କୁ ୨୦୧୮ ସେପ୍ଟେମ୍ବର ୨୫ରେ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ତେବେ ନିର୍ଭୟା ଘଟଣା ପରେ ପ୍ରତ୍ୟେକ କୋର୍ଟରେ ସିଆଇସିଏଲ୍ (ଚାଇଲ୍ଡ ଇନ୍ କନ୍ଫ୍ଲିକ୍ଟ ଉଇଥ ଲ) କୋର୍ଟ ଗଠନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଅନୁଗୋଳ କୋର୍ଟରେ ଗଠନ ହୋଇଥିବା ଏହି କୋର୍ଟ ଅଭିଯୁକ୍ତ ନାବାଳକଙ୍କୁ ୨୦ ବର୍ଷ ଦଣ୍ଡାଦେଶ ଶୁଣାଇଛନ୍ତି। ଓଡ଼ିଶାରେ କୌଣସି ନାବାଳକଙ୍କୁ ଚିଲଡ୍ରେନ୍ କୋର୍ଟଙ୍କ ଏପରି ଦଣ୍ଡାଦେଶ ପ୍ରଥମ ବୋଲି ପିପି କହିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…
ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ
ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…
Archives

