ଛାତ୍ରୀଙ୍କୁ ଦୁର୍ବ୍ୟବହାର ଘଟଣା: ଅଭିଯୁକ୍ତ ଅଧ୍ୟାପକ ଗିରଫ

ରାସଗୋବିନ୍ଦପୁର,୧୫।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ ଏକ କଲେଜର ଜଣେ ଆଦିବାସୀ ଛାତ୍ରୀଙ୍କୁ ଶ୍ରେଣୀଗୃହରେ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତ ଅଧ୍ୟାପକଙ୍କୁ ଶନିବାର ଗିରଫ କରିଛି। ଏ ନେଇ ଥାନାରେ ଏକ ମାମଲା (ନଂ.୯୫/୧୯) ରୁୁଜୁ ହୋଇଛି।
ପୋଲିସ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛି ଯେ, କଲେଜର ଶିକ୍ଷାବିଭାଗ ଅଧ୍ୟାପକ ଶିବପ୍ରସାଦ କଟୁଆଳ ଗୁରୁବାର ପାଠ ପଢାଉଥିବା ବେଳେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ନେଇ ଛାତ୍ରୀଜଣକ ପରିବାର ସଦସ୍ୟଙ୍କୁ ଅବଗତ କରାଇଥିଲେ। ପରିବାର ଲୋକେ ଶୁକ୍ରବାର କଲେଜକୁ ଆସି ଘଟଣା ସମ୍ପର୍କରେ ଅଧ୍ୟକ୍ଷଙ୍କୁ ଜଣାଇଥିଲେ। ଅଧ୍ୟକ୍ଷ ସମ୍ପୃକ୍ତ ଅଧ୍ୟାପକଙ୍କୁ ଡାବି ପଚାରିିବା ସହ ଏ ନେଇ ତାଗିଦ କରିଥିଲେ। ଏହି ପରିପ୍ରେକ୍ଷୀରେ ଅଧ୍ୟାପକ ଏକ କୋଠରି ଭିତରେ ପଶି ଭିତରପଟୁ କବାଟ ବନ୍ଦ କରି ଦେଇଥିଲେ। କଲେଜ ଅଧ୍ୟକ୍ଷ ସମେତ ଅନ୍ୟ କର୍ମଚାରୀ ଯେତେ ଡାକିଲେ ମଧ୍ୟ ସେ କୌଣସି ଉତ୍ତର ଦେଇ ନ ଥିଲେ। ଶେଷରେ ନିରୂପାୟ ହୋଇ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି କବାଟ ଭାଙ୍ଗି ତାଙ୍କୁ ଉଦ୍ଧାର କରିି ଥାନାକୁ ନେଇଥିଲା। ଛାତ୍ରୀଙ୍କ ଅଭିଯୋଗକୁ ଆଧାର କରି ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri