ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ମାମଲା:  ଅଭିଯୁକ୍ତଙ୍କୁ ୫ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୨୬।୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ୨୦୧୫ରେ ଘଟିଥିବା ନାବାଳିକା ଛାତ୍ରୀ (୧୬ବର୍ଷ) ବଳାତ୍କାର ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ସୁଦାମ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦାୟେ ୩ ମାସ ଅଧିକ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର (ପୋକ୍‌ସୋ) ସୁଲେମାନ ଖଁା ମାମଲା ପରିଚାଳନା କରିଥିଲେ।
୨୦୧୫ ମେ ୧୩ରେ ସମ୍ପୃକ୍ତା ଛାତ୍ରୀ ଡିପ୍ଲୋମା ଏଣ୍ଟ୍ରାନ୍ସ ପରୀକ୍ଷା ଦେବାକୁ ଢେଙ୍କାନାଳ କଲେଜ ସେଣ୍ଟରକୁ ଯିବାପାଇଁ ଘରୁ ବାହାରିଥିଲେ। ଉକ୍ତ ସମୟରେ ଯାତାୟାତ ସୁବିଧା ନ ଥିଲା। ସୁଦାମ ବାଇକ୍‌ରେ ଢେଙ୍କାନାଳ ଯାଉଥିବା ଦେଖି ଝିଅକୁ ଛାଡ଼ିଦେବାକୁ ତାଙ୍କ ବାପା କହିଥିଲେ। ଫେରିବା ବେଳେ ଘରକୁ ଆଣିଦେବାକୁ କହି ଖର୍ଚ୍ଚ ବାବଦକୁ ୫୦୦ ଟଙ୍କା ଦେଇଥିଲେ। ଫେରିବା ବାଟରେ ଦଣ୍ଡାଧାର ଜଳଭଣ୍ଡାର ନିକଟରେ ଛାତ୍ରୀଙ୍କୁ ସୁଦାମ ବଳାତ୍କାର ଉଦ୍ୟମ କରିଥିଲେ। ଛାତ୍ରୀଜଣକ କୌଶଳକ୍ରମେ ସେଠାରୁ ଖସିଆସିବାରେ ସଫଳ ହୋଇଥିଲେ। ଘରେ ପହଞ୍ଚତ୍ ପରିବାର ଲୋକଙ୍କୁ ଘଟଣା କହିଥିଲେ। ଏ ନେଇ ନଂ. ୨୯/୧୫, ଦଫା ୩୬୩, ୩୫୪(ଏ), ୩୭୬, ୫୧୧, ୫୦୬, ୩ ଏସ୍‌ସିଏସ୍‌ଟି, ପିଓଏ ଆକ୍ଟ ଓ ୮,୧୦,୧୮ ପୋକ୍‌ସୋ ଆକ୍ଟରେ ମାମଲା ରୁଜୁ କରାଯାଇଥିଲା। ଅଭିଯୁକ୍ତଙ୍କୁ ଗିରଫ ପରେ ପୋଲିସ କୋର୍ଟ ଚାଲାଣ କରିଥିଲା। ମାମଲାର ସିଟି ସ୍ପେଶାଲ କେସ ନଂ. ୧୨/୧୫ର ବିଚାର କରି କୋର୍ଟ ଏହି ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ

ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି।…

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri