ଛାତ୍ରୀଙ୍କୁ ମାଡ଼, ଗାଳିଗୁଲଜ ଅଭିଯୋଗ: ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଧାରଣା

ରାଇକିଆ,୫ା୧୧(ଡି.ଏନ୍‌.ଏ.)-ବିଦ୍ୟାଳୟରେ ମାଡ଼ ମରାଯିବା ସହ ଗାଳିଗୁଲଜ କରାଯାଇଥିବା ପ୍ରତିବାଦରେ ସୋମବାର କନ୍ଧମାଳ ଜିଲା ରାଇକିଆ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଛାତ୍ରୀମାନେ ଧାରଣାରେ ବସିଥିଲେ ା ସକାଳ ପ୍ରାୟ ସାଢେ ୯ଟାରୁ ଧାରଣା ଦିଆଯାଇଥିଲା। ଫଳରେ ଷାଣ୍ମାସିକ ପରୀକ୍ଷା ବାଧାପ୍ରାପ୍ତ ହୋଇଥିଲା ା ଗେଟରେ ତାଲା ପଡ଼ିଥିବା ଯୋଗୁ ଶିକ୍ଷୟିତ୍ରୀ ଓ ଶିକ୍ଷକମାନେ ଦୀର୍ଘ ସମୟ ବାହାରେ ଅପେକ୍ଷା କରିଥିଲେ ା ଖବରପାଇ ରାଇକିଆ ବିଡିଓ ପହଞ୍ଚି ଛାତ୍ରୀମାନଙ୍କୁ ବୁଝାଶୁଝା କରିବା ପରେ ସେମାନେ ଧାରଣାରୁ ଓହରିଥିଲେ।
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ୨ ଶିକ୍ଷୟିତ୍ରୀ ଶ୍ରେଣୀ ଗୃହରେ ମାଡ଼ ମାରୁଥିବା, ଗାଳିଗୁଲଜ କରୁଥିବା ଛାତ୍ରୀମାନେ ଅଭିଯୋଗ କରିଥିଲେ ା ଏପରିକି, ପରୀକ୍ଷା ପାଖେଇ ଆସୁଥିବାରୁ ପାଠ ପଢାଇବା ପାଇଁ ଶିକ୍ଷୟିତ୍ରୀଙ୍କୁ କହିବାରୁ ସେମାନେ ଖରାପ ବ୍ୟବହାର ପ୍ରଦର୍ଶନ କରୁଥିଲେ। ଏ ନେଇ ଛାତ୍ରୀମାନେ ପୂର୍ବରୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଗତ ମାସ ୧୬ ତାରିଖରେ ବିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଅଭିଯୋଗର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ କରାଯାଇଥିଲା। ତେବେ ଏହାର ୨୦ ଦିନ ପରେ ବି କାୈଣସି ପଦକ୍ଷେପ ନିଆ ଯାଇ ନ ଥିବା ଛାତ୍ରୀମାନେ ଅଭିଯୋଗ କରି ଧାରଣା ଦେଇଥିଲେ ା ସୋମବାର ପରୀକ୍ଷା ସମୟ ଆରମ୍ଭ ହୋଇଥିଲେ ସୁଦ୍ଧା ସମସ୍ୟା ସମାଧାନ ପାଇଁ ବିଦ୍ୟାଳୟକୁ କୌଣସି ଅଧିକାରୀ ଆସି ନ ଥିଲେ ା ଖବରପାଇ ବିଡ଼ିଓ ପ୍ରବୀଣ କୁମାର ବାଣୁଆ ପହଞ୍ଚି ବୁଝାଶୁଝା କରିବା ପରେ ଛାତ୍ରୀମାନେ ଧାରଣାରୁ ଓହରିଥିଲେ ା ପରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପହଞ୍ଚି ଏପରି ଘଟଣା କେଉଁ କାରଣରୁ ଘଟିଲା, ଛାତ୍ରୀମାନେ କାହିଁକି ଧାରଣାରେ ବସିଲେ ସେ ନେଇ ଛାତ୍ରୀ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ବିଦ୍ୟାଳୟ ପରିଚାଳନା କମିଟି, ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ ା ଅଭିଯୋଗ ଆସିଥିବା ୨ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ଡ଼େପୁଟେଶନରେ ପଠାଯିବା ପାଇଁ ସୁପାରିସ କରାଯିବ ବୋଲି ଅତିରିକ୍ତ ଜିଲା ଶିକ୍ଷା ଅଧିତ୍କାରୀ ଲକ୍ଷ୍ମୀଧର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri