Posted inଜାତୀୟ

ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହେଲେ ଶିକ୍ଷକ

ଭୋପାଳ, ୧୫।୫: ମଧ୍ୟପ୍ରଦେଶର ଝବୁଆରେ ଜୋଣ ସ୍କୁଲ ଶିକ୍ଷକ ଛାତ୍ରୀଙ୍କୁ ୧୬୮ଟି ଚାପୁଡା ମାରି ଗିରଫ ହୋଇଛନ୍ତି। ଛାତ୍ରୀ ଜଣଙ୍କ ହୋମ ଓ୍ବାର୍କ କରି ନ ଥିବାରୁ ଏପରି ଦଣ୍ଡ ଦେଇଛନ୍ତି ଶିକ୍ଷକ ବୋଲି ପୋଲିସ କହିଛି। ସୂଚନାଯୋଗ୍ୟ, ଝବୁଆ ସରକାରୀ ସ୍କୁଲରେ ୬ଷଷ୍ଠ ଶ୍ରେୀରେ ପଢୁଥିବା ଜଣେ ଛାତ୍ରୀ ଜାନୁଆରୀ ୧୧ ଦିନ ହୋମଓ୍ବାର୍କ କରି ନ ଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଶିକ୍ଷକ ମନୋଜ କୁମାର ବର୍ମା ୧୪ଛାତ୍ରଙ୍କୁ ଏକାଠି କରି ଉକ୍ତ ଛାତ୍ରୀ ଜଣଙ୍କୁ ଚାପୁଡା ଲଗାଇଥିଲେ। ପ୍ରତିଦିନ ଛାତ୍ରଙ୍କୁ କହି ଚାପୁଡା ଲଗାଉଥିଲେ ବୋଲି ଛାତ୍ରୀ ଜଣଙ୍କର ପିତା ଶିବ ପ୍ରତାପ ସିଂହ ପୋଲିସରେ ଅଭିଯୋଗ କରିଥିଲେ। ୬ଦିନ ପର୍ଯ୍ୟନ୍ତ ଏଭଳି ଘଟଣା ଚାଲିବା ପରେ ତାଙ୍କୁ ପିତା ପୋଲିସରେ ମାମଲା ରୁଜୁ କରିଥିଲେ। ଛାତ୍ରୀ ଜଣଙ୍କ ଅସୁସ୍ଥ ଥିବାରୁ ହୋମଓ୍ବାର୍କ କରିପାରି ନ ଥିଲେ। ଏନେଇ ସ୍କୁଲରେ ମଧ୍ୟ ଜଣାଥିଲେ। କିନ୍ତୁ ଶିକ୍ଷକ ଜଣଙ୍କ ଜାଣିଶୁଣି ତାଙ୍କୁ ଚାପୁଡା ମାରିଥିଲେ ବୋଲି ତାଙ୍କ ପିତା କହିଛନ୍ତି। ଘଟଣା ପରେ ଅଭିଯୁକ୍ତ ଶିକ୍ଷକ ଫେରାର ଥିଲେ। ପୋଲିସ ବହୁ ଖୋଜାଖୋଜି ପରେ ମଙ୍ଗଳବାର ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍‌ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍‌ ଲଢେଇ

କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?