ଭଞ୍ଜନଗର,୨୨।୮(ଡି.ଏନ.ଏ)- ଉଚ୍ଚଶିକ୍ଷାରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସରକାର କେତେକ ନୂତନ ପଦକ୍ଷେପ ନେଇଛନ୍ତି। ଚଳିତ ଶିକ୍ଷା ବର୍ଷଠାରୁ କଲେଜରେ ଛାତ୍ରୀଛାତ୍ରଙ୍କ ୭୫ ପ୍ରତିଶତ ଉପସ୍ଥାନ ପାଇଁ ବାଧ୍ୟ କରାଯାଇଛି। ଯଦି ତାଠାରୁ ଉପସ୍ଥାନ କମେ ତେବେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଦେବାରୁ ବଞ୍ଚତ୍ତ କରିବା ପାଇଁ ସରକାର ପରାମର୍ଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ କଡ଼ାକଡ଼ି ଭାବେ ପାଳନ କରାଯିବା ପରେ ଶ୍ରେଣୀରେ ଉପସ୍ଥାନ ବୃଦ୍ଧି ପାଇଛି। ଯେଉଁଠି ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମୁଛି ସେମାନଙ୍କ ଅଭିଭାବକଙ୍କୁ ଅଧ୍ୟାପକ ଜଣାଇବେ। ଗୁରୁବାର କଲେଜରେ ଅନୁଷ୍ଠିତ ଏକ ବୈଠକରେ ତାହା ନିଷ୍ପତି ନିଆଯାଇଛି। ଅଧ୍ୟକ୍ଷ ଡ. ନୀଳାଞ୍ଚଳ ମୁନି ବୈଠକରେ ସଭାପତିତ୍ୱ କରିଥିଲେ। ପ୍ରାଧ୍ୟାପକ ଡ. ସୁବାସ ଚନ୍ଦ୍ର ପ୍ରଧାନ, ଡ. ରବୀନ୍ଦ୍ର ନାଥ ପାଳ, ଏସ୍. କେ. ମିଶ୍ର, ଡ଼. ବିନୋଦ ଚନ୍ଦ୍ର ଦାସ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ। ଅଧ୍ୟାପକ ଦାମୋଦର ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ
ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…
ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ
ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…
ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ
ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…
ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା
ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ
ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…
ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର
ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…
Archives

