ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ:କାଦୁଅ ରାସ୍ତାରେ ଧାନ ତଳି ରୋଇ ଜଣାଇଲେ ପ୍ରତିବାଦ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)-ସତୀଗୁଡା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ୫ କିଲୋମିଟର ରାସ୍ତା ବିଭାଗ ମରାମତି ନ କରିବାରୁ ଗ୍ରାମବାସୀମାନେ ରାସ୍ତା ଉପରେ ଧାନ ତଳି ରୋଇ ଏହାର ପ୍ରତିବାଦରେ ଜଣାଇଥିଲେ। ପରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଥିଲା। ପ୍ରଶାସନିକ ଅଧିକାରୀମାନେ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ। ଏହାର ମାତ୍ର ଗୋଟିଏ ସପ୍ତାହ ପରେ ଏବେ ଛାତ୍ରୀଛାତ୍ରମାନେ ଏପରି ପନ୍ଥା ଆପଣାଇଛନ୍ତି। ସେମାନେ ଚାଲି ଚାଲି ସ୍କୁଲକୁ ଯାଉଥିବା ନିତିଦିନିଆ ରାସ୍ତା ମରାମତି ହେଉ ନ ଥିବାରୁ ହଇରାଣ ହେଉଛନ୍ତି। ବିଶେଷ କରି ବର୍ଷା ଦିନେ ସେମାନେ କାଦୁଅ ଭିତରେ ପଶି ଯାତାୟାତ କରୁଛନ୍ତି। ଏବେ ସେମାନେ ଏହି କାଦୁଅ ରାସ୍ତାରେ ଧାନତଳି ରୋଇ ପ୍ରଶାସନ ନିଷ୍କ୍ରିୟତାର ପ୍ରତିବାଦ କରିଛନ୍ତି। ଏପରି ଘଟଣା ଘଟିଛି ମାଲକାନଗିରି ଜିଲା ଖଇରପୁଟ ବ୍ଲକର ମାଡ଼କାପଦର ପଞ୍ଚାୟତରେ।
ଖବରୁ ଜଣାପଡିଛି ମାଡକାପଦର ପଞ୍ଚାୟତ ସ୍କୁଲରେ କନ୍ଧଗୁଡା, ଧଉଡାକୁଟ, ବାଘଖଦ୍ରା ଗ୍ରାମର ଛାତ୍ରୀଛାତ୍ରମାନେ ପଢନ୍ତି। ବର୍ଷା ଦିନ ଆସିଲେ ସେମାନଙ୍କ ଚିନ୍ତା ବଢେ। ସ୍କୁଲ ଯିବା ରାସ୍ତା ମରାମତି ହୋଇ ନ ଥିବାରୁ ବର୍ଷା ହେଲେ ଏହି ରାସ୍ତା କାଦୁଅ ହୋଇଯାଏ। ସେମାନଙ୍କୁ କାଦୁଅ ଭିତରେ ପଶି ଯାତାୟାତ କରିବାକୁ ପଡେ। ଏବେ ଛାତ୍ରୀଛାତ୍ରମାନେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ଏହି କାଦୁଅ ରାସ୍ତାରେ ସେମାନେ ଧାନ ତଳି ରୋଇ ନିଜ ଅସନ୍ତୋଷ ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କ ଏପରି କାର୍ଯ୍ୟକୁ ଗ୍ରାମବାସୀ ଏବଂ ଅଭିଭାବକ ସମର୍ଥନ ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ଏହି ରାସ୍ତା ମରାମତି ଲାଗି କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ବର୍ଷା ଆସିଯିବାରୁ କାର୍ଯ୍ୟ ହୋଇପାରି ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri