ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଡିଓ

ବନ୍ତ, ୨୬ା୧୧(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବିଡିଓ ରେବିକା ବିଲୁଙ୍ଗ ମଙ୍ଗଳବାର ବଡ ବର୍ଚ୍ଚିକୟାଁ ପଞ୍ଚାୟତ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହିତ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟର ତଦାରଖ କରିଥିଲେ। ଏହି ଅବସରରେ ସେ ସରପଞ୍ଚ ବିଷ୍ଣୁ ମୋହନ ଜେନା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀଙ୍କ ସହିତ ଆପ୍ତିରା ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସେଠାରେ ଛାତ୍ରୀଛାତ୍ରଙ୍କ ସହ ମିଶଇ ମଧ୍ୟାହ୍ନ ଭୋଜନ ଖାଇ ଏହାର ମାନ ପରଖି ଥିଲେ। ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ସୁରେଶ ଭାରତୀ, ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁଷମା ଜେନାଙ୍କ ସମେତ ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ ଓ କମିଟି ସଦସ୍ୟଙ୍କ ସହିତ ସେ ବିଦ୍ୟାଳୟର ଉନ୍ନୟନ କାର୍ଯ୍ୟ ବିଷୟରେ ଆଲୋଚନା କରି ଅସମ୍ପୂର୍ଣ୍ଣ କାର୍ଯ୍ୟ ସାରିିବାକୁ କହିଥିଲେ। ଏହା ପୂର୍ବରୁ ବିଡିଓ ବିଲୁଙ୍ଗ ପଞ୍ଚାୟତ ଅଧୀନ ବିଶଲକଣା, ବଡବର୍ଚ୍ଚିକୟାଁ, ଆପ୍ତିରାଷଡଙ୍ଗୀ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କୁ ଭେଟି ଗୃହ ନିର୍ମାଣ ଶୀଘ୍ର ଶେଷ କରିବାକୁ ମଧ୍ୟ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri