ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ପୁସ୍ତକ ବାଣ୍ଟିଲେ ଶିକ୍ଷକ: ମେ’ ୩ ସୁଦ୍ଧା ବଣ୍ଟାଯିବ ୧୮୭୭୨୫୮ ବହି

ବ୍ରହ୍ମପୁର ଅଫିସ,୨୬ା୪ – କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି। ଯାହାଦ୍ୱାରା ବିଦ୍ୟାର୍ଥୀଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ଅନ୍ୟପକ୍ଷରେ ନୂତନ ଶିକ୍ଷାବର୍ଷ ପାଇଁ ଛାତ୍ରୀଛାତ୍ରଙ୍କ ନିକଟରେ ପାଠ୍ୟପୁସ୍ତକ ପହଞ୍ଚାଇବା ଲାଗି ସରକାରଙ୍କ ପକ୍ଷରୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଘରକୁ ଘର ବୁଲି ପାଠ୍ୟପୁସ୍ତକ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାରେ ଶୁକ୍ରବାରରୁ ଏହା ଆରମ୍ଭ ହୋଇଥିବା ବେଳେ ଜିଲାର ସମସ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକମାନେ ଏଥିରେ ସାମିଲ ହୋଇଛନ୍ତି । ମେ ୩ ସୁଦ୍ଧା ସମସ୍ତ ଛାତ୍ରୀଛାତ୍ରଙ୍କୁ ଏହା ବଣ୍ଟନ କରାଯିବ । ଗଞ୍ଜାମ ଜିଲାର ୨୯୭୬ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମୋଟ ୧୮ ଲକ୍ଷ ୭୭ ହଜାର ୨୫୮ ପୁସ୍ତକ ବଣ୍ଟନ କରାଯିବାକୁ ଥିବା ନେଇ ଜିଲା ଶିକ୍ଷା ଅଧିକାରୀ ଅମୁଲ୍ୟ କୁମାର ପ୍ରଧାନ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri