ଛାତ୍ରୀଛାତ୍ରଙ୍କୁ ଜୀବନଗାଥା ଶୁଣାଇଲେ ଦିଲ୍ଲୀ ଶିଳ୍ପୀ

ପୁରୁଣା ଭୁବନେଶ୍ୱର,୨୪।୯(ଡି.ଏନ୍‌.ଏ): କଳାକୁ ଜୀବନ ଓ ଜୀବିକା କରି ଆଗକୁ ବଢିବା ପାଇଁ କେତେଜଣ ଶିଳ୍ପୀ ହିଁ ବ୍ରତ ବୋଲି ଭାବିଥାନ୍ତି। ସେହିପରି ଦିଲ୍ଲୀର ଶିଳ୍ପୀ ଶ୍ରବଣ ଚୌଧୁରୀ ସୋମବାର ଧଉଳି ଚାରୁକଳା ମହାବିଦ୍ୟାଳୟକୁ ଆସି ଛାତ୍ରୀଛାତ୍ର ଓ ଅଧ୍ୟାପିକା ଅଧ୍ୟାପକମାନଙ୍କ ସହ ବିଭିନ୍ନ ଶିଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ। କୋଲକତା ସରକାରୀ ମହାବିଦ୍ୟାଳୟରୁ ନିଜ କଳା ଶିକ୍ଷା ଆରମ୍ଭ କରିଥିବା ସେରାମିକ୍ସ ଶିଳ୍ପୀ ଶ୍ରବଣ ନିଜ ଶିଳ୍ପରେ ଦକ୍ଷତା ପ୍ରତିପାଦିତ କରିବା ସହ ଏବେ ଦିଲ୍ଲୀଠାରେ ନିଜର କଳା ସାଧନା ଜାରି ରଖିଛନ୍ତି। ଭାରତର ବିଭିନ୍ନ ସହର ସହ ଜର୍ମାନୀ, ଜାପାନ ଓ ବାଂଲାଦେଶରେ ମଧ୍ୟ ବିଭିନ୍ନ ଆର୍ଟ ରେସିଡେନ୍ସିରେ ଅଂଶଗ୍ରହଣ କରି ନିଜର ସୃଜନଶୀଳ ଭାସ୍କର୍ଯ୍ୟର ପରାକାଷ୍ଠା ପ୍ରଦର୍ଶନ କରିଛନ୍ତି। ତାଙ୍କର ଜୀବନଶୈଳୀ ଓ କାର୍ଯ୍ୟଧାରା ସମ୍ପର୍କରେ ସେ ଛାତ୍ରୀଛାତ୍ରମାନଙ୍କ ସହ ଆଲୋଚନା କରିଥିଲେ। ପ୍ରାରମ୍ଭରେ ମହାବିଦ୍ୟାଳୟ ତରଫରୁ ଶ୍ରୀ ଚୌଧୁରୀଙ୍କୁ ପୁଷ୍ପଗୁଚ୍ଛ ଓ ଅଙ୍ଗବସ୍ତ୍ର ଦେଇ ସମ୍ମାନିତ କରାଯାଇଥିଲା। ପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ପଞ୍ଚାନନ ସାମଲ ଶ୍ରବଣଙ୍କ କାର୍ଯ୍ୟ କରିବାର ଶୈଳୀ ସେରାମିକ୍ସ କ୍ଷେତ୍ରରେ ଏକ ଅଧ୍ୟୟନ ବୋଲି ଅଭିିହିତ କରିବା ସହିତ ଏଥିରୁ ଛାତ୍ରୀଛାତ୍ରମାନେ ଅନୁପ୍ରାଣିତ ହେବା ଉଚିତ୍‌ ବୋଲି କହିଥିଲେ। ଏହି ଅବସରରେ ଅଧ୍ୟାପକ ଚନ୍ଦନ କୁମାର ସାମଲ, ରାମ ଶଙ୍କର ସାହୁ, ଅଧ୍ୟାପିକା ସସ୍ମିତା କାମିଳା ଓ ମଧୁସ୍ମିତା ଦାସ ପ୍ରମୁଖ ଶିଳ୍ପୀଙ୍କ ଭାସ୍କର୍ଯ୍ୟ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri