ଛାତ୍ରୀନିବାସ କୋଠା ଭୁଶୁଡ଼ିବା ପରେ ଚେତା ପଶିଲା : ସମସ୍ତ ହଷ୍ଟେଲ କୋଠା ସ୍ଥିତି ଯାଞ୍ଚ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରସ୍ଥ ସାବେରୀ ଛାତ୍ରୀନିବାସ କୋଠାର ଶୌଚାଳୟ ଥିବା ଅଂଶ ଗୁରୁବାର ଭୁଶୁଡ଼ିବା ପରେ କର୍ତ୍ତୃପକ୍ଷଙ୍କ ଚେତା ପଶିଛି ା ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପ୍ରତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସଜାଗ ହୋଇଛନ୍ତି ା ତୁରନ୍ତ ସମସ୍ତ ଛାତ୍ରାବାସ କୋଠା ସ୍ଥିତି ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୁଳସଚିବ ରଞ୍ଜନ ବିଶ୍ୱାଳ ା ଯାଞ୍ଚ ପାଇଁ ଗଠିତ ସ୍ବତନ୍ତ୍ର ଟେକ୍ନିକାଲ କମିଟି ଆସନ୍ତା ୧୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା ହଷ୍ଟେଲଗୁଡିକ ସମ୍ପୂର୍ଣ୍ଣ ସୁରକ୍ଷିତ ବୋଲି ନ ଜାଣିବା ଯାଏ କୌଣସି ନୂତନ ଛାତ୍ରଙ୍କୁ ହଷ୍ଟେଲରେ ରହିବାକୁ ଅନୁମତି ଦିଆଯିବନି ବୋଲି ନିଷ୍ପତ୍ତି ନିଆଯାଇଛି ା
ସାବେରୀ ଛାତ୍ରୀନିବାସ ଶୌଚାଳୟ କୋଠା ଭୁଶୁଡିବା ପରେ ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିଦ ଭାଙ୍ଗିଛି ା ଶୁକ୍ରବାର ବିଶ୍ୱବିଦ୍ୟାଳୟର ସମସ୍ତ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନେଇ ଏକ ଜରୁରୀ ବୈଠକ ବସିଥିଲା ା ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ତଥା ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷା ପ୍ରଫେସର ଅରୁନ୍ଧତୀ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୁଳସଚିବ ରଞ୍ଜନ ବିଶ୍ୱାଳ, ହଷ୍ଟେଲ ୱାଡେନ ପ୍ରଫେସର ଭାଗୀରଥି ପାଣିଗ୍ରାହୀ ଉପସ୍ଥିତ ଥିଲେ ା କୋଠା ଭୁଶୁଡ଼ିବା ପରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନେଇ ସମସ୍ତ ହଷ୍ଟେଲର ସ୍ଥିତି ଯାଞ୍ଚ କରିବାକୁ କୁଳସଚିବ ନିର୍ଦ୍ଦେଶ ଦେଇଥିଲେ ା ଏଥିପାଇଁ ସ୍ବତନ୍ତ୍ର ଟେକ୍ନିକାଲ କମିଟି ଗଠନ କରାଯାଇ ଯାଞ୍ଚ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା ା ଏଥିସହ ଯାଞ୍ଚ ଓ ହଷ୍ଟେଲଗୁଡିକର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟନ୍ତ କୌଣସି ନୂତନ ବର୍ଷର ଛାତ୍ରୀଛାତ୍ରଙ୍କୁ ହଷ୍ଟେଲ ପ୍ରଦାନ କରା ନ ଯିବାକୁ ନିଷ୍ପତ୍ତି ହୋଇଛି। ଟେକ୍ନିକାଲ କମିଟି ୧୦ ଦିନରେ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପରେ ଅସୁରକ୍ଷିତ ଅବସ୍ଥାରେ ଥିବା କୋଠାଗୁଡିକର ମରାମତି କାର୍ଯ୍ୟ ଆରମ୍ଭ କରାଯିବ ବୋଲି କୁଳସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri