ଛିଡା ହୋଇଥିବା ଚିପ୍ସ ବୋଝେଇ ହାଇୱାକୁ ପଛରୁ ଧକ୍କା ଦେଲା ଟ୍ରକ୍‌: ଟ୍ରକ୍‌ ହେଲ୍ପର ମୃତ, ଡ୍ରାଇଭର ଗୁରୁତର

ରେଙ୍ଗାଲି, ୨୬।୪ (ଡି.ଏନ.ଏ.)- ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ରମ୍ପେଲା ଗ୍ରାମ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଚିପ୍ସ ବୋଝେଇ ହାଇୱା (ଓଡି ୨୩ ବି- ୯୮୯୨)କୁ ଗୋଠିଏ ଟ୍ରକ୍‌ (ଓଡି ୧୭ ଏନ- ୯୦୧୧) ଧକ୍କା ଦେଇଛି। ଫଳରେ ଟ୍ରକର ହେଲ୍ପର ଅଜିତ କୁମାର ସିଂ (୩୫)ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ଏହାର ଡ୍ରାଇଭର ଅଭୟ କୁମାର (୩୦) ଗୁରୁତର ଆହତ ହୋଇଛନ୍ତି। ପୋଲିସ ସୂଚନା ଆଧାରରେ ଚିପ୍ସ ବୋଝେଇ ହାଇୱା ଛିଡା ହୋଇଥିଲା । ଏହି ସମୟରେ ଝାରସୁଗୁଡାରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଟ୍ରକ୍‌ ହାଇୱାର ପଛ ପଟେ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଟ୍ରକର ହେଲ୍ପରଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ରେଙ୍ଗାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଥିଲା। ଗ୍ୟାସ କଟରରେ ଟ୍ରକ୍‌ ଡ୍ରାଇଭର ଅଭୟଙ୍କୁ ଉଦ୍ଧାର କରି ବୁର୍ଲା ଭିମସାର ପଠାଯାଇଥିଲା। ଅଜିତଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ମଧ୍ୟ ବୁର୍ଲା ପଠାଯାଇଥିଲା। ତେବେ ଉଭୟ ଅଜିତ ଏବଂ ଅଭୟଙ୍କ ଘର ବିହାର ଔରଙ୍ଗାବାଦ ବୋଲି ଜଣାପଡଛି । ରେଙ୍ଗାଲି ପୋଲିସ ଏକ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri