ଅନୁଗୋଳ ଅଫିସ, ୩।୧୦ – ଇଞ୍ଜେକସନ ନେବାବେଳେ ଅଣ୍ଟାରେ ଛୁଞ୍ଚି ଭାଙ୍ଗି ରହିଯାଇଥିବା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁ। ର ଜଣେ ୫ ବର୍ଷିୟା ଶିଶୁ କନ୍ୟା ବୁଧବାର ସକାଳେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ସର୍ଜରୀ ସ୍ପେଶାଲିଷ୍ଟ ତଥା ଏଡିଏମ୍ଓ (ମେଡ଼ିକାଲ) ଲକ୍ଷ୍ମୀ ନାରାୟଣ ବିଶୋଇ ତାଙ୍କ ଚିକିତ୍ସା କରିଥିଲେ। ଏପରି କି ଅନୁଗୋଳ ଓ କଟକରେ ଥିବା ଘରୋଇ ମେଡିକାଲରେ ଶିଶୁ କନ୍ୟାର ଅଣ୍ଟାରେ ଅସ୍ତ୍ରୋପଚାର କରାଯାଇଥିବା ବେଳେ ସେହି ସ୍ଥାନରେ କ୍ଷତ ଶୁଖି ନ ଥିବା ଦେଖିଥିଲେ। ତେବେ ଶିଶୁଙ୍କ ଦେହରେ ଜ୍ୱର ଥିବାରୁ ୭ ଦିନ ପାଇଁ ବିଶ୍ରାମ ଦେବା ସହ ଔଷଧ ଲେଖିଥିଲେ। ପୁରୁଣା କ୍ଷତ ଶୁଖିବା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିବାକୁ ଶିଶୁଙ୍କ ବାପା ନିରଞ୍ଜନ ବେହେରାଙ୍କୁ ଏଡିଏମଓ କହିଛନ୍ତି। ଆସନ୍ତା ମଙ୍ଗଳବାର ଝିଅକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବା ପରେ କଟକ ବଡ଼ ମେଡିକାଲକୁ ପଠାଯାଇ ସେଠାରେ ଛୁଞ୍ଚି କଢାଯିବାକୁ ଚିଠି ଲେଖାଯିବ ବୋଲି ଏଡିଏମ୍ଓ କହିଛନ୍ତି। ଯଦି କ୍ଷତ ନ ଶୁଖେ କି ଜ୍ୱର ନ ଛାଡ଼େ ତେବେ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ଏଡିଏମ୍ଓ ବିଶୋଇ କହିଛନ୍ତି। ସୂଚନାଯୋଗ୍ୟ, ଦେଢ଼ ମାସ ତଳେ ବଳରାମପ୍ରସାଦ ସ୍ଥିତ ମାମୁ ଘରକୁ ଶିଶୁ କନ୍ୟା ଜଣକ ଆସିଥିବାବେଳେ ଜ୍ୱର ହୋଇଥିଲା। ନିକଟରେ ଥିବା କ୍ଲିନିକ୍ର ଫାର୍ମାସିଷ୍ଟ ଝିଅକୁ ଇଞ୍ଜେକସନ୍ ଦେବାବେଳେ ଛୁଞ୍ଚି ଭାଙ୍ଗି ଅଣ୍ଟାରେ ରହିଯାଇଥିଲା। ପ୍ରଥମେ ଅନୁଗୋଳର ଏକ ଘରୋଇ ମେଡିକାଲ ଓ କଟକ ଏକ ଘରୋଇ ମେଡ଼ିକାଲରେ ଦୁଇଥର ଅସ୍ତ୍ରୋପଚାର ବିଫଳ ହେବା ପରେ ଅର୍ଥ ଅଭାବରୁ ଚିକିତ୍ସା କରି ନ ପାରି ପରିବାର ଲୋକ ଝିଅକୁ ଘରକୁ ଧରି ଚାଲିଆସିଥିଲେ।
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...
Archives


