ଛୁଟିଦିନରେ ଖୋଲିବ ଆର୍‌ଟିଓ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଗତ ୧ ତାରିଖରୁ ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଲୋକମାନେ ସେମାନଙ୍କ ଗାଡ଼ି ସମ୍ବନ୍ଧିତ କାଗଜପତ୍ର ଦେଖାଇ ନ ପାରିବା ଯୋଗୁ ୧୦ ଗୁଣା ଜରିମାନା ଆଦାୟ କରାଗଲା। ଏନେଇ ବିଭିନ୍ନ ପ୍ରକାର ପ୍ରତିବାଦ ଓ ଅପ୍ରୀତିକର ପରିସ୍ଥିତି ଉପୁଜିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପର୍ଯ୍ୟନ୍ତ ଲୋକଙ୍କୁ ହଇରାଣ ନ କରିବାକୁ ପୋଲିସ ଓ ପରିବହନ ବିଭାଗ ଅଧିକାରୀଙ୍କୁ ସୋମବାର ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ସମୟ ମଧ୍ୟରେ ନୂଆ ମୋଟର ଯାନ ଆଇନ ଅନୁସାରେ ନିଜ ଗାଡ଼ି ପାଇଁ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ନିବେଦନ କରିଥିଲେ। ଏହାର ଦିନକ ପରେ ରାଜ୍ୟ ସରକାର ମଙ୍ଗଳବାର ଆଉ ଏକ ପଦକ୍ଷେପ ଗ୍ରହଣ କରିଛନ୍ତି। ତଦନୁଯାୟୀ ଛୁଟିଦିନଗୁଡ଼ିକରେ ମଧ୍ୟ ରାଜ୍ୟ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ) ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଗାଡ଼ିର କାଗଜପତ୍ର ନିମନ୍ତେ ପରିବହନ କାର୍ଯ୍ୟାଳୟଗୁଡ଼ିକରେ ହେଉଥିବା ଲୋକଙ୍କ ଭିଡ଼କୁ ଏଡ଼ାଇ ଦିଆଯାଇପାରିବ। ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି, ଡ୍ରାଇଭିଂ ଲାଇସେନ୍ସ, ଫିଟନେସ ଏବଂ ପ୍ରଦୂଷଣ ସାର୍ଟିଫିକେଟ ଆଦି କାର୍ଯ୍ୟ ଛୁଟିଦିନରେ କରିହେବ। ସେଥିଲାଗି ସରକାରୀ ସ୍ତରରେ ଲୋକଙ୍କୁ ସମସ୍ତ ସାହାଯ୍ୟ ଯୋଗାଇ ଦିଆଯିବ। ଏହାସହ ବିଭିନ୍ନ କ୍ୟାମ୍ପ କରାଯାଇ ଲୋକଙ୍କୁ କାଗଜପତ୍ର କାମରେ ସହଯୋଗ କରାଯିବ। ୩ ମାସ ମଧ୍ୟରେ ଜନସାଧାରଣ ନିଜ ଗାଡ଼ିର କାଗଜପତ୍ର ଠିକ୍‌ କରାଇ ନେବା ପାଇଁ ବେହେରା କହିଛନ୍ତି। ବିରୋଧୀ ଦଳ ନେତାମାନେ ମୋଟା ଅଙ୍କର ଜରିମାନା ପୈଠ କରିଥିବା ଲୋକଙ୍କୁ ସେମାନଙ୍କ ଟଙ୍କା ଫେରାଇବା ଲାଗି ଦାବି କରିଥିବା ବେଳେ ମନ୍ତ୍ରୀ ଏହାକୁ ଅଗ୍ରାହ୍ୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri