ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରୁ ଏକ ମାଖନା ହାତୀର ମୃତଦେହ ଠାବ

ଛେଣ୍ଡିପଦା,୨୦।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲର ଗୁଡିମରାଠାରେ ଶନିବାର ଏକ ମାଖନା ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଛି। ହାତୀଟି ପ୍ରାୟ ୪-୫ ଦିନ ତଳେ ମରିପଡ଼ିିଥିବା ଜଣାପଡ଼ିଛି। ମୃତ ହାତୀଟି ମଖନା ହାତୀ ବୋଲି କୁହାଯାଉଛି। ତେବେ ଉକ୍ତ ହାତୀଟିର କିପରି ମୃତ୍ୟୁ ହେଲା ସେନଇ ଏପର୍ଯ୍ୟନ୍ତ ବନବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ। ସୂଚନାଯୋଗ୍ୟ, ଜୁନ ୧୭ ବିଳମ୍ବିତ ରାତିରେ ମୃତ ହାତୀ ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲର ନିକଟବର୍ତ୍ତୀ ଭାଗଲାକଟା ଗ୍ରାମର ନୀଳକଣ୍ଠ ନାଏକଙ୍କ ଘରକୁ ଭାଙ୍ଗିଦେଇଥିଲା। ଏହାପରେ ହାତୀର କୌଣସି ସନ୍ଧାନ ପାଇ ନ ଥିଲା ବନବିଭାଗ। ହାତୀ ସ୍କ୍ବାଡମାନେ ହାତୀର ପାଦ ଚିହ୍ନ ଦେଖି ବହୁ ଖୋଜା ଖୋଜି କରିବା ପରେ ଶନିବାର ହାତୀର ମୃତଦେହ ଗୁଡିମରା ଜଙ୍ଗଲରେ ଠାବ କରାଯାଇଛି। ଏହାପରେ ସେମାନେ ବନବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବରପାଇ ବନବିଭାଗର ଫରେଷ୍ଟର, ଡିଏଫ୍‌ଓ ଏବଂ ଏସିଏଫ୍‌ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri