ଛେଣ୍ଡିପଦାରେ ଉତ୍କଟ ପାନୀୟ ସଙ୍କଟ

ଛେଣ୍ଡିପଦା,୩୦।୪(ଡି.ଏନ.ଏ)ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଆରମ୍ଭରୁ ଦେଖାଦେଇଛି ଉତ୍କଟ ପାନୀୟ ଜଳାଭାବ। ଦିନକୁ ଦିନ ଆଶାତୀତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଧାରଣ ଜୀବନଯାତ୍ରାକୁ ଠପ୍‌ କରିଦେଇଛି। ନଈ, ନାଳ, ପୋଖରୀ ଶୁଖିଲା ପଡ଼ିବା ଯୋଗୁ ମଣିଷ ସହ ଜଙ୍ଗଲ ପାହାଡ ଇଲାକାରେ ଚଳପ୍ରଚଳ କରୁଥିବା ବନ୍ୟଜନ୍ତୁ  ପିଇବା ପାଣି ପାଇଁ ଡହଳବିକଳ ହେଉଥିବା ଲକ୍ଷ୍ୟ କରାଯାଉଛି।

ବାଗେଡିଆ ଗ୍ରାମରେ ଥିବା ପାନୀୟ ଜଳ ପ୍ରକଳ୍ପ ଦୀର୍ଘଦିନ ଧରି ଅଚଳ ହୋଇପଡିଛି। ଫଳରେ ଲୋକେ ଖୋଲାକୂଅ, ନଳକୂପ ଉପରେ ନିର୍ଭର କରୁଛନ୍ତି।  ଅଧିକାଂଶ ସ୍ଥାନରେ ଭୂତଳ ଜଳସ୍ତର ହ୍ରାସ ପାଇଥିବାରୁ ଖୋଲାକୂଅ ଏବଂ ନଳକୂପଗୁଡିକ ମଧ୍ୟ ଶୁଖିଲା ପଡ଼ିଛି। ସେହିପରି ଦୁର୍ଗାପୁର ପଞ୍ଚାୟତରେ ପାନୀୟ ଜଳ ଅଭାବ ଯୋଗୁ ନାହିଁ ନ ଥିବା  ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ଥିବା ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଆବଶ୍ୟକତା ମୁତାବକ ପାଣି ଯୋଗାଇ ପାରୁ ନ ଥିବାରୁ  ଦୁର୍ଗାପୁର, ଟାଙ୍ଗିରୀ ସାହି, ପାଣସାହି ରାଜସ୍ବ ଗ୍ରାମରେ ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ସରକାର ପ୍ରତି ଘରକୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳଯୋଗାଣ କରିଥିବା ଡିଣ୍ଡିମ ପିଟୁଛନ୍ତି। ମାତ୍ର ବାସ୍ତବରେ କେବଳ କାଗଜକଲମରେ ଏହା ସୀମିତ ଥିବା ଲୋକେ ଅଭିଯୋଗ କରିଛନ୍ତି।

ସେହିପରି କଣଲୋଇ ପଞ୍ଚାୟତ କର୍ଣ୍ଣପାଳ ଗ୍ରାମବାସୀ ମଧ୍ୟ ସମାନ ସମସ୍ୟା ଭୋଗୁଛନ୍ତି। ଗ୍ରାମବାସୀ ଆଉଁଳି ଜଳସେଚନ ପ୍ରକଳ୍ପ ଦ୍ୱାରା ପରିଚାଳିତ କେନାଲର ଦୂଷିତ ପାଣି ବ୍ୟବହାର କରୁଛନ୍ତି।  କତଡା ପଞ୍ଚାୟତ ବାଲିସାହି ଗ୍ରାମବାସୀ ବାଉରୀ ନାଳରୁ ଚୁଆ ଖୋଳି ପିଇବା ପାଣି ସଂଗ୍ରହ କରୁଛନ୍ତି।

ଅନ୍ୟପକ୍ଷରେ ଛେଣ୍ଡିପଦା ବ୍ଲକ ଅଧୀବାସୀଙ୍କୁ  ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜିଲା ଖଣିଜ ପାଣ୍ଠି ଆର୍ଥିକ ସହାୟତାକ୍ରମେ ଏକ ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି। ହେଲେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ପର୍ଯ୍ୟନ୍ତ ଲୋକେ କିପରି ପାନୀୟ ସଙ୍କଟରୁ ମୁକ୍ତି ପାଇବେ ତାହା ଚିନ୍ତାର ବିଷୟ ହୋଇଛି। ଜିଲା ପ୍ରଶାସନ ତଥା ଗ୍ରାମ୍ୟ ପାନୀୟ ଜଳଯୋଗାଣ ବିଭାଗ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

ଏ ସମ୍ପର୍କରେ ଛେଣ୍ଡିପଦା ବ୍ଲକ ପାନୀୟ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାଶ କହିଛନ୍ତି, ପାନୀୟ ଜଳ ଅଭାବ ଦେଖାଦେଇଛି। ଲୋକଙ୍କ ଆବଶ୍ୟକତା ମୁତାବକ ଜଳଯୋଗାଣର ବ୍ୟବସ୍ଥା କରାଯାଇଛି। ବିଭାଗ ପକ୍ଷରୁ ଏ ଦିଗରେ ସମ୍ପୂର୍ଣ୍ଣ ଅବଗତ ରହିବା ସହ ପରିସ୍ଥିତି ପ୍ରତି ନଜର ରଖାଯାଇଛି। ଜଳାଭାବ ପରିସ୍ଥିତି ସୃଷ୍ଟି ହେଲେ ଅବିଳମ୍ବେ ପ୍ରତିକାରମୂଳକ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri