Posted inଖେଳ

ଛେତ୍ରୀଙ୍କ ସ୍ଥାନ ପୁରଣ କରିବେ ସାହାଲ

କୋଲକାତା, ୩୧ା୫ (ପି.ଟି.)-ଅଧିନାୟକ ସୁନୀଲ ଛେତ୍ରୀଙ୍କ ଅବସର ପରେ କେରଳ ବ୍ଳାଷ୍ଟର୍ସର ଯୁବ ଖେଳାଳି ସାହାଲ ଅବ୍‌ଦୁଲ ସମାଦ ତାଙ୍କ ସ୍ଥାନ ପୁରଣ କରିବେ ବୋଲି କହିଛନ୍ତି ଭାରତୀୟ ଫୁଟ୍‌ବଲ ଆଇକନ ବାଇଚୁଙ୍ଗ ଭୂତିଆ। ସାହାଲ ହେଉଛନ୍ତି ଭାରତୀୟ ଫୁଟ୍‌ବଲ ଦଳର ଜଣେ ଅନ୍ୟତମ କନିଷ୍ଠ ସଦସ୍ୟ। ଭବିଷ୍ୟତରେ ସେ ଭାରତର ଜଣେ ଷ୍ଟାର ଗୋଲ ସ୍କୋର ଖେଳାଳି ହୋଇ ବାହାରିବେ। ୨୦୧୯ କିଙ୍ଗ୍ସ କପ୍‌ରେ ସେ ତାଙ୍କ ପଦାର୍ପଣ ମ୍ୟାଚ ଖେଳିଥିଲେ। ତାଙ୍କ ଡ୍ରିବ୍‌ଲିଂ ଓ ପାସିଂ ଦକ୍ଷତା କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କୁ ପ୍ରଭାବିତ କରିଥିଲା। ସାହାଲ ଜଣେ ଆଟାକିଂ ମିଡ୍‌ଫିଲ୍‌ଡର। ହେଲେ ଗୋଲ ସ୍କୋର କରିବାକୁ ଉଦ୍ୟମ ଜାରି ରଖିଲେ ତାଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ସାହାଲ ୨୦୧୬-୧୭ ସନ୍ତୋଷ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରି ଅନ୍ୟମାନଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କେରଳ ବ୍ଲାଷ୍ଟର୍ସ ପରବର୍ତ୍ତୀ ସିଜନ ପାଇଁ ତାଙ୍କୁ ଅନୁବନ୍ଧିତ କରିଛି। ଉଚ୍ଚକୋଟୀର ପ୍ରଦର୍ଶନ ପାଇଁ ୨୦୧୮-୧୯ରେ ସାହାଲ ଆଇଏସ୍‌ଏଲ୍‌ ଇମର୍ଜିଂ ପ୍ଲେୟର ବ୍ୟତୀତ ଏଆଇଏଫ୍‌ଏଫ୍‌ ଇମର୍ଜିଂ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଥିଲେ। ୨୩ ବର୍ଷୀୟ ସାହାଲ ଭାରତର ଅନ୍ୟତମ ଭାବି ଷ୍ଟାର ଖେଳାଳି। ସ୍କୋରିଂ ଆରମ୍ଭ କରିବା ମାତ୍ରେ ସେ ଜଣେ ଦକ୍ଷ ଫିନିଶର ହୋଇ ପାରିବେ। ଭବିଷ୍ୟତରେ ସୁନୀଲ ଛେତ୍ରୀଙ୍କ ସ୍ଥାନ ନେଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri