ଜଗତ୍‌ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍‌

ଜଗତ୍‌ସିଂହପୁର ଅଫିସ୍‌,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ ଜାଣିଶୁଣି ଫାଇଲ କିମ୍ବା ତା’ ଭିତରେ ଥିବା ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଚିରି ତଦନ୍ତକୁ ବାଟବଣା କରୁଥିବା ଅଭିଯୋଗ ହେଉଛି। ତେଣୁ ବ୍ୟବସ୍ଥାରେ ସୁଧାର ଆଣିବା ବିଶେଷକରି ସ୍ବଚ୍ଛତା ଆଣିବା ପାଇଁ ସରକାର ଇ-ଅଫିସ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଏହା ରାଜ୍ୟ ସରକାରଙ୍କ ୫-ଟିର ଅଂଶବିଶେଷ। ରାଜ୍ୟର ୩ଟି ଜିଲାରେ ଇ-ଅଫିସ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନିଆଯାଇଛି। ତେବେ ପ୍ରଥମ ଜିଲା ଭାବେ ଜଗତ୍‌ସିଂହପୁରରେ ଇ-ଅଫିସ କାର୍ଯ୍ୟକାରୀ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଇ-ଅଫିସ ପରିସରଭୁକ୍ତ କରାଯାଇଛି। ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏହାକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଖୁବଶୀଘ୍ର ଜିଲାର ସମସ୍ତ ତହସିଲ ଓ ବ୍ଲକକୁ ଇ-ଅଫିସ ଅନ୍ତର୍ଭୁକ୍ତ କରାଯିବ। ଏହି ଅବସରରେ ଜିଲାପାଳ କହିଥିଲେ, ଜଗତ୍‌ସିଂହପୁର ପାଇଁ ଆଜି ଏକ ଶୁଭଦିନ। ଏଣିକି ସମସ୍ତ ସରକାରୀ କାର୍ଯ୍ୟ ଇ-ଅଫିସ ମାଧ୍ୟମରେ କରାଯିବ। ଏହାଫଳରେ ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ରହିବା ସହିତ ବିନା କାଗଜରେ ଫାଇଲ କାର୍ଯ୍ୟ କରାଯାଇପାରିବ। ଏହାଦ୍ୱାରା ସମୟ ଅପଚୟ ହେବ ନାହିଁ। ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ ସାହୁ କହିଥିଲେ, ଇ-ଅଫିସ ୫-ଟି କାର୍ଯ୍ୟକ୍ରମର ଅଂଶ ବିଶେଷ ହୋଇଥିବାରୁ ସରକାରୀସ୍ତରରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ିବ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଆଇସି ବରିଷ୍ଠ ବୈଷୟିକ ନିର୍ଦ୍ଦେଶକ ବିଭୁପ୍ରସାଦ ମିଶ୍ର ଯୋଗଦେଇ କହିଥିଲେ, ସମ୍ପ୍ରତି ସୂଚନା ଓ ପ୍ରଯୁକ୍ତି ବିଦ୍ୟା ହେଉଛି ପ୍ରକୃତ ଶକ୍ତି। ପୋଷ୍ଟାଲରେ ଚିଠିପତ୍ର କାରବାର କମିଗଲାଣି। ହ୍ବାଟ୍‌ସ ଆପ୍‌ ଓ ଇ-ମେଲ୍‌ରେ ମେସେଜ୍‌ ଓ ଚିଠି ପଠାଯାଇପାରୁଛି। ଜିଲା ସୂଚନା ଓ ପ୍ରଯୁକ୍ତି ଅଧିକାରୀ ଜ୍ୟୋତି ପ୍ରକାଶ ବେହେରା ଇ-ଅଫିସ୍‌ର ପରିକଳ୍ପନାଠାରୁ କାର୍ଯ୍ୟକାରିତା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ପାୱାର ପଏଣ୍ଟ ମାଧ୍ୟମରେ ପ୍ରଦର୍ଶିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଇ-ଅଫିସ ଟିମ୍‌ ଲିଡର୍‌ ଶିବ ପ୍ରସାଦ ନାୟକ, ଏଡିଆଇଏନ୍‌ଆଇସି ସୁଜିତ କୁମାର ବିଶ୍ୱାଳ, ଜିଲା ଇ-ଗଭର୍ନାନ୍ସ ପରିଚାଳକ ଅରବିନ୍ଦ ଆଚାର୍ଯ୍ୟ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri