ଜଗନ୍ନାଥ ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୬।୬- ଜଗନ୍ନାଥ ସଂସ୍କୃତିର ଅନନ୍ୟ ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର ଜିଲା ମଙ୍ଗଳପୁର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ସ୍ନାନପୂର୍ଣ୍ଣିମା ଶେଷ ହୋଇଛି। ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି ଇମ୍ଫ୍ରାର ମିଳିତ ଆନୁକୂଲ୍ୟରେ ୬ଷ୍ଠ ପଟିଦିଅଁ ଅଙ୍କନ ଉତ୍ସବ ମଙ୍ଗଳପୁର ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ଆବାହକ ଶିଳ୍ପୀ କେଶୁ ଦାସ ପୌରୋହିତ୍ୟରେ ନୀଳଗିରି, ଶାସଙ୍ଗ, ବାଣ୍ଠିଆ, ଜୟଦେବକସବା, ଦୁବଲାଗଡ଼ି ଓ ମଙ୍ଗଳପୁର ଜଗନ୍ନାଥ ମନ୍ଦିରରେ ଅନନ୍ତ ବାସୁଦେବ, ଭୁବନେଶ୍ୱରୀ ଓ ଅନନ୍ତ ନାରାୟଣଙ୍କ ପଟିଦିଅଁ କରାଯାଇଥିଲା। ମଙ୍ଗଳପୁର ଜଗନ୍ନାଥ ମନ୍ଦିରରେ ଚିତ୍ରକର ପ୍ରୀତମ ନାୟକ, ଅରୁଣ ବାରିକ, ପ୍ରବୀର ପାତ୍ର, ଗୋପାଳ ପରିଡ଼ା, ହିମାଂଶୁ ବଇଠା, ଆଦିତ୍ୟ ଉପାଧ୍ୟାୟ, ଦୀନକୃଷ୍ଣ ଦାସ, ଅଙ୍କିତ ଦାସ ପ୍ରମୁଖ ଯୋଗଦେଇ ଚିତ୍ର ଅଙ୍କନ କରିଥିଲେ। ଲକ୍‌ଡାଉନ୍‌ରେ ସରକାରୀ ନିୟମକୁ ପାଳନ କରାଯାଇ କାର୍ଯ୍ୟକ୍ରମ କରାଯାଇଥିଲା। ୬ଟି ମନ୍ଦିରରୁ ପୂଜକମାନେ ଆଜ୍ଞାମାଳ ନେଇ ମଙ୍ଗଳପୁର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ପହଞ୍ଚତ୍ ତିନି ପଟିଦିଅଁଙ୍କୁ ନିଜ ନିଜ ମନ୍ଦିରକୁ ବିଜେ କରାଇଥିଲେ। ମନ୍ଦିର ପୂଜକ ସହ ପ୍ରବୀର କମିଳା, ମନୋରଞ୍ଜନ ସାହୁ, ଅଭିମନ୍ୟୁ ସାହୁ, ଜିତାମିତ୍ର ଦାସ, ସମରେନ୍ଦ୍ର ମହାପାତ୍ର, କନକଲତା ଦାସ, ପୂଜା ରାଉଳ, ନିରଞ୍ଜନ ସାହୁ, ସଞ୍ଜୁଲତା ସାହୁ, ରାଜଶ୍ରୀ ସାହୁ ଓ ସଞ୍ଜୁକ୍ତା ଭୁକ୍ତା ପ୍ରମୁଖ ଯୋଗଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri