ଜଙ୍ଗଲ ଆଇନ ସଂଶୋଧନ ଯୋଜନା:  ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ବିକ୍ଷୋଭ

ଭଞ୍ଜନଗର,୨୮।୯(ଡି.ଏନ.ଏ.)-୧୯୨୭ ମସିହା ଜଙ୍ଗଲ ଜମି ଆଇନକୁ କେନ୍ଦ୍ର ସରକାର ସଂଶୋଧନ କରିବାକୁ ଯାଉଛନ୍ତି। ଉକ୍ତ ଆଇନ କାର୍ଯ୍ୟାକାରୀ ହେଲେ ଦେଶରେ ୧୧ଲକ୍ଷ ଆଦିବାସୀ ପରିବାର ଜଙ୍ଗଲ ଜମି ପଟ୍ଟା ପାଇବାରୁ ବଞ୍ଚତ୍ତ ହେବେ। ଏହି ଆଶଙ୍କାରେ ଶୁକ୍ରବାର ଚାଷୀ ମୂଲିଆ ସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଆନ୍ଦୋଳନର ନେତୃତ ଜିଲା ସଭାପତି ନିରାକର ନାୟକ ନେଇଥିଲେ। ଏହି ଅବସରରେ ସେ କହିଥିଲେ ଯେ, ୨୦୦୬ରେ ପ୍ରାୟ ୧୧ଲକ୍ଷ ଆଦିବାସୀଙ୍କ ଜଙ୍ଗଲ ଜମି ପଟା ଆବେଦନକୁ ନାକଚ କରି ଦିଆଯାଇଥିଲା। ନୂଆ ଆଇନ କାର୍ଯ୍ୟକାରୀହେଲେ ଉକ୍ତ ଆଦିବାସୀମାନେ ଜଙ୍ଗଲ ଜମି ପଟା ପାଇବାରୁ ବଞ୍ଚତ୍ତ ହେବେ। ପୁରୁଷ ପୁରୁଷ ଧରି ଜଙ୍ଗଲରେ ବସବାସ କରୁଥିବା ଆଦିବାସୀଙ୍କ ଭବିଷ୍ୟତ ଅନ୍ଧକାର ହୋଇପଡ଼ିବ। ତେଣୁ ସରକାର ଆଦିବାସୀଙ୍କ କଥାକୁ ବିଚାରକୁ ନେଇ ସେମାନଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିବା ପାଇଁ ନାୟକ ଦାବି କରିଥିଲେ। ଭୂମିହୀନକୁ ଭୂମି ପ୍ରଦାନ, ଗ୍ରାମାଞ୍ଚଳର ସମସ୍ତ ରାସ୍ତାକୁ ପକ୍କା, ପାଣି, ବିଜୁଳି, ରାଶନ କାର୍ଡ଼ ପ୍ରମୁଖ ସୁବିଧା ଯୋଗାଇ ଦେବାପାଇଁ ଆଦିବାସୀମାନେ ଦାବି କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀକାନ୍ତ ମହାନ୍ତି, ଆଇନଜୀବୀ ଅଭିମନ୍ୟୁ ଗୌଡ଼, ଦଣ୍ଡପାଣି ସ୍ବାଇଁ, କୁବେର ଦଳବେହେରା, ଗଣନାଥ ମଳିକ, କୈଳାସ ମଳିକ, ପର୍ଶୁରାମ ଗୌଡ଼ ପ୍ରମୁଖ ଯୋଗଦେଇ ସରକାର ଆଦିବାସୀମାନଙ୍କୁ ତାଙ୍କ ହକ୍‌ରୁ ବଞ୍ଚତ୍ତ କଲେ ପରିସ୍ଥିତି ଭୟାବହ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri