ଜଙ୍ଗଲ ବିଭାଗର ଅବହେଳା: ଭବାନୀପାଟଣା ରାସ୍ତାରେ ଗଛ ପଡ଼ି ବାଇକ୍‌ ଆରୋହୀ ଗୁରୁତର

ଭବାନୀପାଟଣା,୨୨।୭ (ଡି.ଏନ୍‌.ଏ.): ଜଙ୍ଗଲ ବିଭାଗ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ସୋମବାର ଭବାନୀପାଟଣା ରାସ୍ତାରେ ଦେଖିବାକୁ ମିଳିଛି। ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଗଛ ପଡ଼ି ଜଣେ ବାଇକ୍‌ ଆରୋହୀ ଗୁରୁତର ହୋଇପଡ଼ିଛନ୍ତି। ସେ ହେଲେ ମରାଜୋର ଗ୍ରାମର ଦିଲୁ କନ୍ଦପାନ(୪୦)।
ଦିଲୁ ବାଇକ୍‌ ଯୋଗେ ଜୁନାଗଡ଼ରୁ ଭବାନୀପାଟଣା ଅଭିମୁଖେ ଯାଉଥିବା ବେଳେ ବାଦଳି ନିକଟରେ ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଗଛ ତାଙ୍କ ଉପରେ ପଡ଼ିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାରକରି ଭବାନୀପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଠାରେ ପ୍ରଶ୍ନ ଉଠୁଛି ଯେ, ଜଙ୍ଗଲ ବିଭାଗର ଏତେ ଅବହେଳା କାହିଁକି? କାହିଁକି ପଥଚାରୀଙ୍କ ଜୀବନ ସହ ଖେଳ ଖେଳାଯାଉଛି? ତେଣୁ ରାସ୍ତା ଉପରେ ଯେତେ ଶୁଖିଲା ଗଛ ଅଛି ସବୁକୁ ତୁରନ୍ତ ହଟାଇବାକୁ ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri