ଜଙ୍ଗଲ ଭିତର ଜୁଆଆଡ୍ଡାରେ ଚଢ଼ାଉ, ୫ ଗିରଫ

ବଲାଙ୍ଗୀର ଅଫିସ,୧୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ଜଙ୍ଗଲ ଭିତରେ ଚାଲିଥିବା ଜୁଆଖେଳ ଉପରେ ଟାଉନ୍‌ ଥାନା ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୩୩ ହଜାର ୧ ଶହ ଟଙ୍କା, ୧୩ଟି ବାଇକ୍‌, ୫ଟି ମୋବାଇଲ ଫୋନ୍‌ ଓ ୬ ପ୍ୟାକେଟ ତାସ୍‌ ଜବତ୍‌ କରାଯାଇଛି । ପୋଲିସ ସବ୍‌ଇନ୍ସପେକ୍ଟର ଅବିନାଶ ନାୟକ ରବିବାର ପାଟ୍ରୋଲିଂ କରୁଥିବାବେଳେ ସହର ଉପକଣ୍ଠ ବିଜାଖମନ୍‌ ଫରେଷ୍ଟ ପାର୍କ ପାଖ ଜଙ୍ଗଲ ଭିତରେ ଜୁଆଆଡ୍ଡା ଚାଲିଥିତ୍ବା ଖବର ପାଇଥିଲେ । ଏହାପରେ କେତେକ ପୋଲିସ ସାଦା ପୋଷାକରେ ସେଠାକୁ ଯାଇ ଖବର ସଂଗ୍ରହ କରିଥିଲେ । ସେଠାରେ ପ୍ରାୟ ୧୫ ଜଣ ଜୁଆ ଖେଳୁଥିତ୍ବା ଜଣାପଡିବା ପରେ ପୋଲିସ ଟିମ୍‌ ଅତର୍କିତ ଚଢ଼ାଉ କରିଥିଲା । ପୋଲିସ ହାବୁଡରେ ୫ ଜଣ ଧରାପଡିଥିବାବେଳେ ଅନ୍ୟମାନେ ଫେରାର ହୋଇଯାଇଥିଲେ । ଘଟଣାସ୍ଥଳରୁ ୧୩ଟି ବାଇକ୍‌ ଜବତ୍‌ ହୋଇଥିତ୍ବାରୁ ସମସ୍ତ ଜୁଆରୀଙ୍କ ପରିଚୟ ବାହାର କରାଯାଇ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି । ଗିରଫ ୫ ଅଭିଯୁକ୍ତ ହେଲେ ପ୍ୟାଲେସଲାଇନ୍‌ର ସୁଜିତ୍‌ ଡୋଗ୍ରା, ରମାଇପଡାର ପ୍ରଦୀପ କୁମାର ମେହେର, ସାଲେପାଲିର ଈଶ୍ୱର ନନ୍ଦ, ତୁଳସୀନଗରର ପରମାନନ୍ଦ ପୁଟେଲ ଓ ଇନ୍ଦିରାନଗରର ଅଶୋକ ସେଠ । ଏନେଇ ବଲାଙ୍ଗୀର ଟାଉନ୍‌ ଥାନାରେ ଏକ ମାମଲା (ନଂ.୧୯୬/୨୦) ରୁଜୁ କରାଯାଇଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ କେତେଜଣ ପୂର୍ବରୁ ମଧ୍ୟ ଜୁଆଖେଳି ଗିରଫ ହୋଇଥିଲେ । ଏନେଇ ଅଧିକ ତଦନ୍ତ ଜାରି ରହିଛି ବୋଲି ଟାଉନ୍‌ ଥାନା ଆଇଆଇସି ସଗ୍ରାମ କେଶରୀ ପଟ୍ଟନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri