ଜଙ୍ଗଲ,ବନ୍ୟଜନ୍ତୁ ସୁରକ୍ଷା ଚିନ୍ତା: ଏକାଠି ହେଲେ ୬ ବନ ସଂରକ୍ଷଣ ସମିତି ସଦସ୍ୟ

ମାଲକାନଗିରି,୧୩ା୧୨ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପ୍ରାକୃତିକ ଜଙ୍ଗଲର ଅବକ୍ଷୟ, ମୂଲ୍ୟବାନ ଗଛସବୁ ବିଲୁପ୍ତ ହେବାରେ ଲାଗିଛି। ଏଥିସହ ବନ୍ୟଜନ୍ତୁଙ୍କ ସଂଖ୍ୟା ଦିନକୁ ଦିନ ଲୋପ ପାଉଛି। ଏହାକୁ ନେଇ ମାଲକାନଗିରି ଜିଲାର ୬ଟି ବନ ସଂରକ୍ଷଣ ସମିତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ବର୍ଷ ବର୍ଷ ଧରି ଜିଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଆଦିବାସୀ ଏବଂ ଅନ୍ୟାନ୍ୟ ବର୍ଗର ଲୋକମାନେ ଜଙ୍ଗଲ ଉପରେ ନିର୍ଭର କରି ଆସୁଛନ୍ତି। ଜଙ୍ଗଲ ନଷ୍ଟ ଏବଂ ବନ୍ୟଜନ୍ତୁଙ୍କ ବିଲୁପ୍ତି ଯୋଗୁ ଏହାର ପ୍ରଭାବ ପରିବେଶ ଉପରେ ପଡୁଛି। ଫଳରେ ଆଦିବାସୀମାନଙ୍କ ଜୀବନ ଜୀବିକା ଉପରେ ବିପଦ ସୃଷ୍ଟି ହୋଉଛି। ଏହାକୁ କିପରି ରୋକାଯାଇପାରିବ। ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ଅଭିବୃଦ୍ଧି ଘଟିବ ସେନେଇ ଜିଲାର ଜଦୁଗୁଡା, କଣ୍ଡେଲି, ତଣ୍ଡାପାଲି, ଉଡୁପା, ମୁରିଆପାଲି, ଝରାପାଲିର ୬ଟି ବନ
ସଂରକ୍ଷଣ ସମିତିର ୬ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଶୁକ୍ରବାର କଣ୍ଡେଲିଠାରେ ଏକାଠି ହୋଇଥିଲେ। ରାଜ୍ୟ ବନ ଉନ୍ନୟନ ସଂସ୍ଥା ଏବଂ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଆୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ସମସ୍ତେ ଏକାଠି ହୋଇଥିଲେ। ଏଥିରେ ମାଲକାନଗିରି ବନଖଣ୍ଡର ସହକାରୀ ବନ ସଂରକ୍ଷକ ଶ୍ରୀକାନ୍ତ ନାୟକ, ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକ, ବନ ଉନ୍ନୟନର ଜିଲା ସଂଯୋଜକ ପି. କିଶୋର କୁମାର, ସଦସ୍ୟ ଶ୍ରୀନିବାସ ପାତ୍ର, ପଦ୍ମଗିରିର ପୂର୍ବତନ ସରପଞ୍ଚ ଲକ୍ଷ୍ମଣ ନାୟକ, କୃଷ୍ଣ ମାଡକାମିଙ୍କ ସହ ୬ଟି ବନ ସଂର କ୍ଷଣ ସମିତିର ସଭାପତି ଏବଂ ସଦସ୍ୟମାନେ ଉପସ୍ଥିତ ଥିଲେ। ବର୍ତ୍ତମାନ ସ୍ଥିତିରେ କିପରି ଜଙ୍ଗଲର ସୁରକ୍ଷା ଅଭିବୃଦ୍ଧି ହୋଇପାରିବ, ବନ୍ୟଜନ୍ତୁମାନେ ସୁରକ୍ଷିତ ରହିପାରିବେ, ବୃକ୍ଷରୋପଣ ସହ ଜଙ୍ଗଲ ଉପରେ ନିର୍ଭର କରୁଥିବା ଲୋକଙ୍କ ଜୀବନଜୀବିକା ଉପରେ ସହକାରୀ ବନ ସଂରକ୍ଷକ ନାୟକ ଆଲୋକପାତ କରିଥିଲେ ା ଜଙ୍ଗଲରେ ନିଆଁ ଲାଗିଲେ ବନ ସଂରକ୍ଷଣ ସମିତିର ଭୂମିକା, ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ, ବିକ୍ରି, ବାଉଁଶ ଜଙ୍ଗଲର ଅଭିବୃଦ୍ଧି, ବାଉଁଶ କାରିଗରଙ୍କୁ ପ୍ରୋତ୍ସାହନ ସମ୍ପର୍କରେ ବନ ଉନ୍ନୟନ ସଂଯୋଜକ ପି. କିଶୋର କୁମାର ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri