ଜଙ୍ଗଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ, ଘଟଣାସ୍ଥଳରେ ଉତ୍ତେଜନା

ପରଜଙ୍ଗ,୧୫।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଏକ ଗ୍ରାମର ବେରଣା ବଡକଟା ଜଙ୍ଗଲରୁ ରବିବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ବୁଧେଇ ବେହେରା (୬୦)। ତେବେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ସୂଚନାଯୋଗ୍ୟ, ଶନିବାର ବୁଧେଇ ଛେଳି ଚରାଇବାକୁ ନେଇଥିଲେ। ଅପରାହ୍ନରେ ଛେଳି ପଲ ଘରକୁ ଫେରିଥିଲେ। ମାତ୍ର ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ରବିବାର ସକାଳେ ତାଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ଦେଖିଥିଲେ। ପରେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରୁଛନ୍ତି। ଘଟଣାସ୍ଥଳରେ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜର ସତ୍ୟ ନାରାୟଣ ସାହୁ, ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା, ଫରେଷ୍ଟର ରାମଚନ୍ଦ୍ର ରାଉତ, ଥାନାଧିକାରୀ ବିଜୟ କୁମାର ହାଇବ୍ରୁ ପ୍ରମୁଖ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ କ୍ଷତିପୂରଣ ଦାବିରେ ଗ୍ରାମବାସୀ ମୃତଦେହ ଉଠାଇବାକୁ ଦେଉନାହାନ୍ତି। ନିୟମ ମୁତାବକ ପ୍ରଥମେ ୪୦ ହଜାର ଟଙ୍କା ମୃତାଙ୍କ ପରିବାରକୁ ଦେବାକୁ ଦାବି କରିଛନ୍ତି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବାରୁ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ରେଞ୍ଜର କହିଛନ୍ତି॥ ଏହାକୁ ନେଇ ଉତ୍ତେଜନା ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri