ଜଙ୍ଗଲରେ ଚାଲିଥିଲା ଭାଟି, ୮ ଗିରଫ

ଅନୁଗୋଳ ଅଫିସ/କଣିହାଁ, ୮।୫ – ଅନୁଗୋଳ ଜିଲା ରେଙ୍ଗାଲି ଥାନା ଲୋଧାଝରି ଶାଳ ଜଙ୍ଗଲରେ ଭାଟି କରାଯାଇ ଦେଶୀ ମଦ ରନ୍ଧା ଯାଉଥିବା ବେଳେ ଅବକାରୀ କର୍ମଚାରୀମାନେ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ କରିଛନ୍ତି। ଏଥିସହ ସେଠାରୁ ୮ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।
ମଦ ରନ୍ଧାଯାଉଥିବା ସମ୍ପର୍କରେ ଏସ୍‌ପି କ୍ରୀଷ୍ଣା ନାୟକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ଜିଲା ଅବକାରୀ ମୋବାଇଲ ସ୍କ୍ବାଡ୍‌ ସହ ତାଳଚେର ରେଞ୍ଜ ଅବକାରୀ ଅଧିକାରୀମାନେ ସେଠାରେ ଚଢ଼ାଉ କରିଥିଲେ। ଘଟଣାସ୍ଥଳରୁ ୮ ଜଣ ହାଡିବନ୍ଧୁ ବେହେରା, ସନାତନ ପ୍ରଧାନ, ଦୀପକ ଗୋଛାୟତ, ବିଷ୍ଣୁ ଭୋଇ, ବିଶ୍ୱନାଥ ମୂର୍ତ୍ତି, ପ୍ରବୀଣ ଗୋଛାୟତ, ରାଜୁ ଗୋଛାୟତ ଓ ମୁନା ନାୟକଙ୍କୁ କାବୁ କରାଯାଇଥିବାବେଳେ ୬ ଜଣ ଫେରାର ହୋଇଯାଇଥିବା ଅବକାରୀ ଏସ୍‌ପି ନାୟକ ସୂଚନା ଦେଇଛନ୍ତି। ଉକ୍ତ ଭାଟିରୁ ୩୨୫ ଲିଟର ଦେଶୀ ମଦ ଓ ୫ ହଜାର କେଜି ପୋଚ, ୫ଟି ମୋଟର ସାଇକେଲ ଜବତ କରାଯାଇଥିବା ଅବକାରୀ ଏସ୍‌ପି ସୂଚନା ଦେଇଛନ୍ତି। ସେହିପରି ଆଠମଲ୍ଲିକ ଅଞ୍ଚଳରୁ ହିମାଂଶୁ ମେହେର ନାମକ ଜଣେ ବ୍ୟକ୍ତିଙ୍କଠାରୁ ମଦ ଜବତ ପରେ ତାଙ୍କୁ ଗିରଫ କରାଯାଇଛି। କଣିହଁା ବ୍ଲକ ସମଲ ଥାନା ଅଞ୍ଚଳରେ ଥିବା ଡେରାଗୋଳାର ଏକ ଢାବାରେ ପୋଲିସ ଚଢ଼ାଉ କରି ବିଦେଶୀ ମଦ ସହ ଚୋରାରେ ବିକ୍ରି କରାଯାଉଥିବା ଡିଜେଲ ଜବତ କରିଛି ବୋଲି ଥାନା ଅଧିକାରିଣୀ ଚାରୁଲତା ବେହେରା ସୂଚନା ଦେଇଛନ୍ତି। ଅନୁଗୋଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସମଲ ପୋଲିସର ଏକ ଟିମ୍‌ ଏହି ଚଢ଼ାଇ କରିଥିଲା। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖାଯାଇ ଅଧିକ ଖୋଳତାଢ଼ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri