ଜଙ୍ଗଲରେ ଦମ୍ପତିଙ୍କ ଗଳାକାଟି ହତ୍ୟା

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ବ୍ଲକ କରଚବାଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୋପଟିମା ଓ କୁଟିଗୁଡା ମଧ୍ୟରେ ଥିବା ଜଙ୍ଗଲରୁ ସୋମବାର ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ଗଳାକାଟି ହତ୍ୟା କରାଯାଇଥିବା ଜଣାପଡିଛି। ସେମାନେ ହେଲେ ଗୋପଟିମା ଗ୍ରାମର ପଟର ମଳିକ (୪୫) ଓ ସ୍ତ୍ରୀ ସବିତା (୩୫)। ନଂ.୧୪/୨୦ରେ ମାମଲା ରୁଜୁକରି ମୋହନା ପୋଲିସ ତଦନ୍ତ ଚଳାଇଛି।
ପ୍ରକାଶ ଯେ, ପ୍ରତିଦିନ ଭଳି ସୋମବାର ସକାଳୁ ପଟର ଓ ସବିତା ତେନ୍ତୁଳି ତୋଳିବାକୁ ଜଙ୍ଗଲ ନିକଟସ୍ଥ ବଗଡକୁ ଯାଇଥିଲେ। ୨ଜଣ ନାବାଳକ ଦିନ ପ୍ରାୟ ୧୧ଟାବେଳେ ସେହି ରାସ୍ତାଦେଇ ତେନ୍ତୁଳି ତୋଳିବାକୁ ଯାଉଥିବାବେଳେ ୨ଟି ମୃତହେହ ପଡିଥିବା ଦେଖିଥିଲେ। ଗଁାକୁ ଯାଇ ଏସମ୍ପର୍କରେ କହିବା ପରେ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ବା ସହ ମୋହନା ଥାନାକୁ ଜଣାଇଥିଲେ। ଆର୍‌.ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି, ମୋହନା ଥାନା ଅଧିକାରୀ ସୁଜିତ୍‌ କୁମାର ନାୟକ ଓ ଛତ୍ରପୁରରୁ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ପଟରଙ୍କ ମୃତଦେହ ଠାରୁ ପ୍ରାୟ ୫୦ ମିଟର ଦୂରରେ ସବିତାଙ୍କ ମୃତଦେହ ପଡିଥିଲା। ଘଟଣାସ୍ଥଳରୁ ଲଙ୍କାଗୁଣ୍ଡ ଥିବା ପଲିଥିନ, ୨ ହଳ ଚପଲ, ତେନ୍ତୁଳି ତୋଳିବା ବାଉଁଶ, ପାଣି ବୋତଲ ଜବତ କରିଛି ପୋଲିସ। ଲଙ୍କାଗୁଣ୍ଡ ତଳେ ପଡିଥିବାବେଳେ ଦମ୍ପତିଙ୍କ ମୁହଁରେ ମଧ୍ୟ ଲାଗିଛି। ଦୁର୍ବୃତ୍ତମାନେ ମୁହଁକୁ ଲଙ୍କାଗୁଣ୍ଡ ପକାଇବାପରେ ଗଳା କାଟିଥିବା ପୋଲିସ ଅନୁମାନ କରୁଛି।
ମୃତବ୍ୟକ୍ତିଙ୍କ ସାନପୁଅ ଶିବଙ୍କ କହିବା ପ୍ରକାରେ, ବାପା ଚେରମୂଳି ଦେଇ ଲୋକଙ୍କ ରୋଗ ଭଲ କରୁଥିଲେ। ଏହାକୁ କେତେଜଣ ଲୋକ ସହ୍ୟ କରିପାରୁ ନ ଥିଲେ। ବାପା ଗୁଣିଗାରେଡି କରୁଥିବା ସେମାନେ ଅଭିଯୋଗ କରୁଥିଲେ। ଏହାକୁ ନେଇ ମୋ ବାପା ଓ ମା’ଙ୍କୁ ହତ୍ୟା କରାଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri