ଲୋଇସିଂହା,୨୨।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ କେଶାଇପାଲି ଗାଁ ନିକଟ ଛେଳିଆ ଜଙ୍ଗଲରେ ସୋମବାର ଅପରାହ୍ନରେ ଗୋଟିଏ ଦନ୍ତାହାତୀ ଜଣେ ବୃଦ୍ଧଙ୍କୁ କଚାଡ଼ି ମାରି ଦେଇଛି। ମୃତକ ହେଲେ ଲୁହୁରାମୁଣ୍ଡା ଗାଁର ଦେବାର ଜୁଏଡ (୬୧)। ହେଲେ ତାଙ୍କ ସହ ଜଙ୍ଗଲକୁ ଯାଇଥିବା ବଳଭଦ୍ର ମାଝି ନାମକ ଅନ୍ୟ ଜଣେ ବ୍ୟକ୍ତି ସାମାନ୍ୟ ଆହତ ହୋଇ ହାତୀ ମୁହଁରୁ ବର୍ତ୍ତିଯାଇଛନ୍ତି। ତାଙ୍କୁ ଗାଁ ଲୋକେ ଲୋଇସିଂହା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏହି ଖବର ପାଇ ଘଟଣାସ୍ଥଳରେ ବନ କର୍ମଚାରୀ ଓ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି।
ବଳଭଦ୍ରଙ୍କ ଗାଈପଲ କେଶାଇପାଲି ଛେଳିଆ ଜଙ୍ଗଲକୁ ଚରିବାକୁ ଯାଇଥିଲେ। ଘରକୁ ନ ଫେରିବାରୁ ଗାଈପଲକୁ ଖୋଜିବା ପାଇଁ ବଳଭଦ୍ର ସାଙ୍ଗରେ ଦେବାରଙ୍କୁ ନେଇ ଜଙ୍ଗଲକୁ ଯାଇଥିଲେ। ହେଲେ ଦୁଇ ଦନ୍ତା ହାତୀଙ୍କ ସହ ସେମାନେ ମୁହାଁମୁହିଁ ହୋଇଥିଲେ। ଗୋଟିଏ ଦନ୍ତା ଦେବାରଙ୍କୁ କଚାଡି ଦେଇଥିଲା। ଏହି ସମୟରେ ବଳଭଦ୍ର ସେଠାରୁ କୌଣସିମତେ ଦୌଡ଼ି ଗାଁ ଲୋକଙ୍କୁ ଜଣାଇଥିଲେ। ଏହାପରେ ଗଁାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ରେଞ୍ଜ ଅଫିସର ରାଜକିଶୋର ନାଏକ, ସାଲେଭଟା ପାଣ୍ଡି ଅଧିକାରୀ ଆର୍ତ୍ତତ୍ରାଣ ସାହୁ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାର ବର୍ଗକୁ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ସହାୟତା ଦିଆଯାଇଥିଲା। ଏହାସହ ରେଡକ୍ରସ୍ ଓ ଅନ୍ୟାନ୍ୟ ସରକାରୀ ସହାୟତା ଦିଆଯିବାକୁ ପ୍ରତିଶ୍ରୁତି ମିଳିବା ପରେ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ଗାଁ ଲୋକେ ଛାଡିଥିଲେ। ବିଧାୟକ ମୁକେଶ ମହାଲିଙ୍ଗ ଗାଁରେ ପହଞ୍ଚତ୍ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହାସହ ଶୀଘ୍ର ସମସ୍ତ ସରକାରୀ ସହାୟତା ଯୋଗାଇଦେବାକୁ ସେ ରେଞ୍ଜ ଅଫିସରଙ୍କୁ କହିଛନ୍ତି।
ଭିନ୍ନମୋଡ ନେଲା ଜାମସର ପୋଖରୀକୁ ଟ୍ରକ ପଶିବା ଘଟଣା: ଦୁର୍ଘଟଣା ରଚିଥିଲେ ଡ୍ରାଇଭର
ଲୋଇସିଂହା,୧୩।୧୨(ସୁଶାନ୍ତ ବାରିକ):ଗତ ନଭେମ୍ବର ୧୭ ତାରିଖ ରାତିରେ ବଲାଙ୍ଗୀର-ବରଗଡ ୨୬ନଂ. ଜାତୀୟ ରାଜପଥ ପୁଇଁତଳା ଥାନା ଅନ୍ତର୍ଗତ ଜାମସର ପୋଖରୀକୁ ଏକ ମାଲ ପରିବହନ ଟ୍ରକ...
ସନ୍ଦେହଜନକ ଅବସ୍ଥାରେ ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସ୍ବାମୀ ପୋଡି ଦେଇଥିବା ଅଭିଯୋଗ ଆଣିଲେ…
ପାଟଣାଗଡ,ବେଲପଡ଼ା,୧୨/୧୨(ସଚ୍ଚିଦାନନ୍ଦ ମହାକୁର),(ମନୋଜ ମିଶ୍ର): ବଲାଙ୍ଗୀର ଜିଲା ବେଲପଡା ଥାନା କଟାପାଲିରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଜଣେ ବିବାହିତ ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ...
ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା
ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...
ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ
ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...
ପାଇପ୍ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ
ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ପୋଲିସକୁ ଦେଖି ହାଇସ୍ପିଡ୍ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…
ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ ରାସ୍ତାରେ ଯାଉଥିବା...
Archives


