ଜଣେ ଅଧିକାରୀରେ ଚାଲିଛି ୩ କାର୍ଯ୍ୟାଳୟ: ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ

ଆଳି, ୬ା୬ (ଡି.ଏନ୍‌.ଏ.): ଆଳି ବ୍ଲକରେ ୩ ସରକାରୀ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ପଦବୀରେ ମାତ୍ର ଜଣେ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିବାରୁ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି, ଯାହକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଆଳି ତହସିଲଦାର ଜୟନ୍ତ କୁମାର ପୃଷ୍ଟି ଆଳି ବିଡିଓ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ବେଳେ ନିକଟରେ ତାଙ୍କୁ ବ୍ଲକର ମହିଳା ଶିଶୁ ବିକାଶ ଅଧିକାରୀ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ତହସିଲ କାର୍ଯ୍ୟ ଠିକ୍‌ରେ ହୋଇ ପାରୁ ନଥିବା ବେଳେ ଅନ୍ୟ ଦୁଇଟିଯାକ ଅଫିସରେ ବି ସମାନ ଅବସ୍ଥା ସୃଷ୍ଟି ହୋଇଛି। ସ୍କୁଲ, କଲେଜ ପିଲାମାନେ ବିଭିନ୍ନ ଫର୍ମ ପକାଇବା ସହ ନାମଲେଖା ପାଇଁ ଆବଶ୍ୟକ ହେଉଥିବା ଜାତିଗତ ପ୍ରମାଣପତ୍ର ଓ ରୋଜଗାର ପ୍ରମାଣପତ୍ର ଆଦି ବାହାର କରିବାକୁ ଆସି ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିବା ଦେଖାଯାଉଛି। ଏପରିକି ଅନେକ ପିଲା ବହୁ ସମୟରେ ଫେରି ଯାଉଛନ୍ତି। ଦୂରଦୂରାନ୍ତରୁ ବହୁ ଲୋକ ବିଭିନ୍ନ କାର୍ଯ୍ୟ ନେଇ ତହସିଲ ଅଫିସ୍‌, ବିଡିଓ ଅଫିସ୍‌ ଏବଂ ମହିଳା ଓ ଶିଶୁ ବିକାଶ ଅଫିସ୍‌କୁ ଯାଇ ଫେରୁଥିବା ବେଳେ ଏ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତିନୋଟି ପଦବୀ ପାଇଁ ଜଣେ ଅଫିସରଙ୍କୁ ନିଯୁକ୍ତ କରିବା ଯୋଗୁ ଲୋକମାନେ ସମସ୍ୟା ଭୋଗୁଛନ୍ତି। ଫଳରେ ବିଡିଓ ଓ ମହିଳା ଓ ଶିଶୁ ବିକାଶ ଅଧିକାରୀ ପଦବୀରେ ଅନ୍ୟ ଦୁଇ ଅଧିକାରୀଙ୍କୁ ନିଯୁକ୍ତି କରିବାକୁ ଜନସାଧାରଣ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri