ହାଟଡିହୀ, ୨୨ା୬ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନଗଣନା ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଜମ୍ଭିରା ପଞ୍ଚାୟତରେ ଲୋକମାନେ ହୋ ହଲ୍ଲା କରିବା ସହ ତାଲିକାରେ ବିଭ୍ରାଟ ଥିବା ନେଇ ସରପଞ୍ଚଙ୍କୁ ପଚାରିଛନ୍ତି । ଗତବର୍ଷ ଏହି ତାଲିକାରେ ଥିବା ବହୁତ ଲୋକଙ୍କ ନାମ ଚଳିତବର୍ଷ ତାଲିକାରେ ନ ଥିବାରୁ ଅସନ୍ତୋଷ ଓ ଉତ୍ତେଜନା ପ୍ରକାଶ ପାଇଛି। ଏବେ ଏହି ତାଲିକାକୁ ଭିତ୍ତି କରି କ୍ରମାନ୍ବୟରେ ଥିବା ବ୍ୟକ୍ତିଙ୍କୁ ବ୍ଲକ ତରଫରୁ ସରକାରୀ ବାସଗୃହ ଯୋଗାଇ ଦିଆଯାଉଛି। ବହୁ ଗରିବ ଓ ଯୋଗ୍ୟ ହିତାଧିକାରୀଙ୍କ ନଁା ତାଲିକାରେ ନ ଥିବାରୁ ସେମାନେ ସରକାରୀ ଗୃହ ପାଇବାରୁ ବଞ୍ଚିତ ହୋଇଛନ୍ତି । ଏଥିସହ ପୂର୍ବ ତାଲିକାରେ ନାମ ନ ଥିବାରୁ ବହୁ ବ୍ୟକ୍ତି ଗୃହ ପାଇ ନ ଥିବା ଜଣାପଡିଛି। ତାଲିକା ଠିକ୍ ନ ଥିବାରୁ ବହୁ ଯୋଗ୍ୟ ହିତାଧିକାରୀ ଗୃହ ପାଇବାରୁ ବଞ୍ଚିିତ ହୋଇଛନ୍ତି। ଏହି ତାଲିକାକୁ ଠିକ୍ କରାଯାଇ ଯୋଗ୍ୟ ହିତାଧିକାରୀ ଚିହ୍ନଟ ପାଇଁ ଦାବି ହେଉଛି। ଏଥିପ୍ରତି ସ୍ଥାନୀୟ ବିଧାୟକ ଭାଗୀରଥି ସେଠୀ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

