ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ୱର,୧୪।୨ (ବ୍ୟୁରୋ)ସାମାଜିକ ସୁରକ୍ଷା ଓ ସଶକ୍ତୀକରଣ ନିମନ୍ତେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ସାମାଜିକ କର୍ମୀ, ଟ୍ରଷ୍ଟ ଏବଂ ବଦାନ୍ୟ ବ୍ୟକ୍ତିବିଶେଷଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କ ଉଦ୍ୟମ ବାସ୍ତବିକ ପ୍ରଶଂସନୀୟ ବୋଲି ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରି, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି। ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ସୁବିଧାସୁଯୋଗରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ପାଇଁ ବ୍ୟକ୍ତିତ୍ୱ ବିକାଶ କାର୍ଯ୍ୟକ୍ରମ ‘ରୂପାନ୍ତର’ରେ ଯୋଗଦେଇ ମନ୍ତ୍ରୀ ପଣ୍ଡା ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ ଜୀବନଶୈଳୀ, ଦକ୍ଷତା ବୃଦ୍ଧି ଓ ପ୍ରତିଭା ବିକାଶ ତାଲିମ ଉପରେ ଗୁରୁତ୍ୱାରୋପ କରିଥିଲେ। ବିଭିନ୍ନ ଅନାଥାଶ୍ରମ, ଜନଜାତି ଛାତ୍ରାବାସ, ଶିକ୍ଷାନୁଷ୍ଠାନ ତଥା ସେଲ୍‌ଟର ହୋମ୍‌ ଓ ବସ୍ତି ଅଞ୍ଚଳରେ ଥିବା ପ୍ରାୟ ୨ ଶହ ବିଦ୍ୟାର୍ଥୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ ୨୦ଜଣ ନିଜ ଅଭିଜ୍ଞତା ତଥା ପରିବର୍ତ୍ତନ ବାବଦରେ ମୁକ୍ତ ବକ୍ତବ୍ୟ ରଖିଥିଲେ।
ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଚିବ ନିରଞ୍ଜନ ରଥ, ପ୍ରମେୟର ଗ୍ରୁପ୍‌ ଏଡିଟର ଗୋପାଳକୃଷ୍ଣ ମହାପାତ୍ର ତାଲିମପ୍ରାପ୍ତ ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିସହ ପ୍ରଶିକ୍ଷକ, ପ୍ରଶିକ୍ଷିକା, ପୃଷ୍ଠପୋଷକ ତଥା ସହଯୋଗୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଏକ ସ୍ମରଣିକା ମଧ୍ୟ ଲୋକାର୍ପିତ ହୋଇଥିଲା। ସ୍ବେଚ୍ଛାସେବୀ ସଙ୍ଗଠନ ‘ହ୍ୟୁମାନ୍‌ ପୋଟେନ୍ସିଆଲ୍‌ ଡେଭଲପ୍‌ମେଣ୍ଟ ଟ୍ରଷ୍ଟ’ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟି ରାଜକୁମାର ସୂତାର ଅଧ୍ୟକ୍ଷତା କରି ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱର, ଦାମନଯୋଡି ଓ ରାଜନଗର ଅଞ୍ଚଳରେ ମୋଟ ୩୬୨ ଜଣ ଛାତ୍ରୀଛାତ୍ରଙ୍କୁ ବ୍ୟକ୍ତିତ୍ୱ ବିକାଶ ତାଲିମ ପ୍ରଦାନ କରାଯାଇଛି ବୋଲି କହିଥିଲେ। ପ୍ରମୁଖ ଟ୍ରଷ୍ଟି ତଥା ବିଶିଷ୍ଟ ପ୍ରେରଣାଦାୟୀ ପ୍ରଶିକ୍ଷକ ହରପ୍ରସନ୍ନ ଦାସ, ମୁଖ୍ୟ ପୃଷ୍ଠପୋଷକ ଶିବ ପ୍ରସାଦ ପଣ୍ଡା, କର୍ମକର୍ତ୍ତା କୀର୍ତ୍ତି ଦାସ, ସୁସ୍ମିତା ଦାସ ଏବଂ ଅଭିଳାଷା ଦାସ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ବ୍ୟକ୍ତିତ୍ୱ ବିକାଶ ଉପରେ ଏକ ବୃତ୍ତଚିତ୍ର ମଧ୍ୟ ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri